ତାଜା ଖବର
  • Home
  • Other
  • ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା, ୪ ରୁ ୫ ଦିନ ପର୍ଯ୍ୟନ୍ତ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ
Other Photo Gallery ତାଜା ଖବର ବାଣିଜ୍ୟ ରାଜନୀତି ରାଜ୍ୟ

ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା, ୪ ରୁ ୫ ଦିନ ପର୍ଯ୍ୟନ୍ତ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ

ଭୁବନେଶ୍ୱର/ଏରନ ନ୍ୟୁଜ୍/୦୯.୦୯

ଆସନ୍ତା ୪/୫ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବ । ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାକୁ ଥିବାରୁ ସାବଧାନତା ଅବଲମ୍ବନ କରିବା ପାଇଁ ଲୋକଙ୍କୁ ଅନୁରୋଧ କରାଯାଇଛି । ଏଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି।

ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ଝଡ଼ତୋଫାନ ହେବାର ସମ୍ଭାବନା ରହିଛି। ବାଲେଶ୍ବର, ଭଦ୍ରକ, କଟକ, ଜଗତ୍ ସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ପୁରୀ, ନୟାଗଡ଼, କୋରାପୁଟ ଓ ରାୟଗଡ଼ାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ସ୍ବଳ୍ପ ବର୍ଷା ହୋଇପାରେ। ତେବେ ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ବରର କିଛି କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ୧୦ ତାରିଖ ଦିନ ମଧ୍ୟ ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, କଟକ, କେନ୍ଦୁଝର ଓ ମୟୂରଭଞ୍ଜର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ୧୧ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜର  କିଛି କିଛି ସ୍ଥାନରେ ଏବଂ ୧୨ ତାରିଖ ଦିନ ମାଲକାନଗିରି,  କୋରାପୁଟ ଓ ନବରଙ୍ଗପୁରର ଗୋଟିଏ ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏଣୁ ଏହି ୪ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

( ଏରନ୍ ନ୍ୟୁଜ ବ୍ୟୁରୋ ରିପୋର୍ଟ )

subscribe us for latest News

ଆମର ଏହି ଲେଖା ଆପଣଂକୁ କିପରି ଲାଗିଲା ମତାମତ ଦିଅନ୍ତୁ , ଯଦି ଭଲ ଲାଗୁଛି ତେବେ ଲାଇକ ଓ ଶେୟର କରନ୍ତୁ

Visit / share / like/ subscribe our channel for News & Views

Web-Portal       Facebook       You-tube

Whats-app = 9178482265       Mail-Id

Related posts

ବୌଦ୍ଧ ଜିଲା ରେ ସ୍ଥାପନ ହେବ ସାଇନ୍ସ ପାର୍କ – ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା

Aren News

ଆମ ପାଇଁ ଆମ ଭାଷା ଓଡ଼ିଆ, ହିନ୍ଦୀଠାରୁ ଅଧିକ ଗୁରୁତ୍ୱପୂର୍ଣ୍ଣ – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Aren News

ନବରଙ୍ଗପୁର: ଗୋଟିଏ ଦିନରେ ପୁଣି ୭ କୋରନା ପଜିଟିଭ ଚିହ୍ନଟ

Aren News

ଏକ ମନ୍ତବ୍ୟ ଛାଡନ୍ତୁ |