ବୌଦ୍ଧ / ଏରନ୍ ନ୍ୟୁଜ / ୨୭-୧୧ ନୟାଗଡ଼ର ବହୁଚର୍ଚ୍ଚିତ ପରୀ ହତ୍ୟାକାଣ୍ଡ ମାମଲାରେ ଆଜି ବି.ଜେ.ପି. ମହିଳା ମୋର୍ଚ୍ଚା ପକ୍ଷରୁ ମନ୍ତ୍ରୀ ଅରୁଣ ସାହୁଙ୍କ ବହିଷ୍କାର ଦାବୀରେ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ପରୀ ହତ୍ୟାକାଣ୍ଡର ସିବିଆଇ ତଦନ୍ତ କରାଯିବା ପାଇଁ ବି.ଜେ.ପି. ମହିଳା ମୋର୍ଚ୍ଚା ଦାବୀ କରିଛି । ଗତ ଜୁଲାଇ ୨୦ରେ ଗାଁ ଦାଣ୍ଡରେ ଖେଳୁଥିବା ବେଳେ ପରୀ ନିଖୋଜ ହୋଇଯାଇଥିଲା । ଜୁଲାଇ ୨୩ରେ ଘର ପଛପଟୁ ଶିଶୁଟିର କେତେ ଖଣ୍ଡ ହାଡ଼ ମିଳିଥିଲା । ରାଜନୈତିକ ନେତାଙ୍କ ଚାପରେ ପୁଲିସ ଅଭିଯୁକ୍ତଙ୍କୁ ଘଂଟ ଘୋଡାଉଛି ଓ ପୁଲିସ ଚାପରେ ବି.ଜେ.ପି. ମହିଳା ମୋର୍ଚ୍ଚା ପକ୍ଷରୁ ଅଭିଯୋଗ କରାଯାଇଛି । ବି.ଜେ.ପି. ମହିଳା ମୋର୍ଚ୍ଚା ଜିଲା ସଭାନେତ୍ରୀ ନମିତା ଦାସଙ୍କ ନେତୃତ୍ୱରେ ବିକ୍ଷୋଭ ଶୋଭାଯାତ୍ରା କରାଯିବା ସହ ମନ୍ତ୍ରୀ ଅରୁଣ ସାହୁଙ୍କ କୁଶପୁତଳିକା ଦାହ କରାଯାଇଛି । ଶେଷରେ ରାଜ୍ୟପାଳଙ୍କ ଉଦେଶ୍ୟରେ ଏକ ଦାବୀପତ୍ର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି । ସେହିପରି ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ମଧ୍ୟ ଏକ ଦାବୀପତ୍ର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି ।
( ଏରନ୍ ନ୍ୟୁଜ ବ୍ୟୁରୋ ରିପୋର୍ଟ )
Download Android App ( Click here )
subscribe us for latest News
ଆମର ଏହି ଲେଖା ଆପଣଂକୁ କିପରି ଲାଗିଲା ମତାମତ ଦିଅନ୍ତୁ , ଯଦି ଭଲ ଲାଗୁଛି ତେବେ ଲାଇକ ଓ ଶେୟର କରନ୍ତୁ
Whats-app = 9178482265 Mail-Id