ଭୁବନେଶ୍ୱର / ଏରନ୍ ନ୍ୟୁଜ / ୦୨-୦୧ ରାଜ୍ୟରେ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପାଇଁ ଜାନୁଆରୀ ୮ରୁ ବିଦ୍ୟାଳୟ ଖୋଲି ପାଠପଢ଼ା ଆରମ୍ଭ ହେବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବା ଛାତ୍ରଛାତ୍ରୀମାନେ ପାଠ ପଢ଼ିବାକୁ ଯିବେ । ମାଧ୍ୟମିକ ଶିକ୍ଷା ପରିଷଦ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ହେଉଥିବା ବାର୍ଷିକ ପରୀକ୍ଷା ମେ ୩ରୁ ଆରମ୍ଭ ହେବ । ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ ପାଇଁ ଶନିବାର ଓ ରବିବାରକୁ ମିଶାଇ ୧୦୦ ଦିନ ପାଠପଢ଼ା ହେବ । ପାଠପଢ଼ା ନିମନ୍ତେ ଏକ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି । ଅନଲାଇନ ପଢିବାକୁ ଚାହିଁଲେ ଛାତ୍ରଛାତ୍ରୀଙ୍କୁ ଅନୁମତି ଦିଆଯିବ । ସ୍କୁଲ ଖୋଲିଲେ ମଧ୍ୟ ପୂର୍ବ ଭଳି ଅନଲାଇନ୍ କ୍ଲାସ୍ ଜାରି ରହିବ । ଅଭିଭାବକଙ୍କ ଲିଖିତ ସହମତିରେ ସ୍କୁଲ ଯିବେ ଛାତ୍ରଛାତ୍ରୀ । କଣ୍ଟେନମେଣ୍ଟ ଜୋନ୍ରେ ଥିବା ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କୁ ଅନୁମତି ମିଳିବନି । ପ୍ରତିଦିନ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ହେବ । ଏଥିସହ ସବୁଦିନ ସ୍କୁଲ କ୍ୟାମ୍ପସକୁ ସାନିଟାଇଜ୍ କରାଯିବ । ( ଏରନ୍ ନ୍ୟୁଜ ବ୍ୟୁରୋ ରିପୋର୍ଟ )
subscribe us for latest News
ଆମର ଏହି ଲେଖା ଆପଣଂକୁ କିପରି ଲାଗିଲା ମତାମତ ଦିଅନ୍ତୁ , ଯଦି ଭଲ ଲାଗୁଛି ତେବେ ଲାଇକ ଓ ଶେୟର କରନ୍ତୁ
Whats-app = 9178482265 Mail-Id