ତାଜା ଖବର
  • Home
  • Other
  • କେନ୍ଦୁପତ୍ର ତୋଳାଳୀଙ୍କ ପାଇଁ ୯୨.୩୭ କୋଟି ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
Other ତାଜା ଖବର ରାଜନୀତି ରାଜ୍ୟ

କେନ୍ଦୁପତ୍ର ତୋଳାଳୀଙ୍କ ପାଇଁ ୯୨.୩୭ କୋଟି ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର / ଏରନ୍ ନ୍ୟୁଜ / ୧୧ -୦୧ ରାଜ୍ୟର କେନ୍ଦୁପତ୍ର ତୋଳାଳୀ, ବନ୍ଧେଇ ଶ୍ରମିକ ଓ ସାମୟିକ କର୍ମଚାରୀଙ୍କ କଲ୍ୟାଣ ନିମନ୍ତେ ଚଳିତ ବର୍ଷ ବୋନସ୍‌, ଅନ୍ୟାନ୍ୟ ସହାୟତା ଓ ଭିତ୍ତିଭୁମି ବିକାଶ ଉଦ୍ଦେଶ୍ୟରେ ୯୨.୩୭ କୋଟି ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହିତ କେନ୍ଦୁପତ୍ର କର୍ମଚାରୀଙ୍କ ମୃତ୍ୟୁ ବା ସମ୍ପୂର୍ଣ୍ଣ ଶାରୀରିକ ଅକ୍ଷମତା କ୍ଷେତ୍ରରେ ଅନୁକମ୍ପାମୂଳକ ସହାୟତାକୁ ଏକ ଲକ୍ଷ ଟଙ୍କାରୁ ଦୁଇ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦୁପତ୍ର କଲ୍ୟାଣ ବୋର୍ଡ ବୈଠକରେ ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର ତୋଳାଳୀଙ୍କ ପାଇଁ ୯୨.୩୭ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି । ଏହି ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି.କେ. ପାଣ୍ଡିଆନ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ , ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (କେନ୍ଦୁପତ୍ର) ପ୍ରଭାକର ବେହେରା , ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ମୋନା ଶର୍ମା ଓ ଅନ୍ୟମାନେ ଯୋଗ ଦେଇଥିଲେ । ( ଏରନ୍ ନ୍ୟୁଜ ବ୍ୟୁରୋ ରିପୋର୍ଟ )

subscribe us for latest News

ଆମର ଏହି ଲେଖା ଆପଣଂକୁ କିପରି ଲାଗିଲା ମତାମତ ଦିଅନ୍ତୁ , ଯଦି ଭଲ ଲାଗୁଛି ତେବେ ଲାଇକ ଓ ଶେୟର କରନ୍ତୁ

Web-Portal       Facebook       You-tube

Whats-app = 9178482265       Mail-Id

Related posts

ଦେଶରେ ପ୍ରଥମ ସହିଦ କୋଭିଡ୍ ଯୋଦ୍ଧାଙ୍କ ସ୍ମାରକୀ ଭୁବନେଶ୍ୱରରେ ପ୍ରତିଷ୍ଠା ହେବ : ମୁଖ୍ୟମନ୍ତ୍ରୀ

Aren News

ମନମୁଣ୍ଡା : ମହିଳାଙ୍କୁ ଅସଦାଚରଣ କରି ଅସାମାଜିକ ଯୁବକ ଗିରଫ

Aren News

ବୌଦ୍ଧରେ ତିନି ଠାକୁରଙ୍କ ନାଗାର୍ଜୁନ ବେଶ , ଶହଶହ ଭକ୍ତଙ୍କ ସମାଗମ

Aren News

ଏକ ମନ୍ତବ୍ୟ ଛାଡନ୍ତୁ |