ତାଜା ଖବର
  • Home
  • Other
  • ମାଟ୍ରିକ ପରୀକ୍ଷା ଫିସ୍ ଛାଡ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ , ୬ ଲକ୍ଷ ଛାତ୍ରଛାତ୍ରୀ ଉପକୃତ
Other ତାଜା ଖବର ରାଜନୀତି ରାଜ୍ୟ

ମାଟ୍ରିକ ପରୀକ୍ଷା ଫିସ୍ ଛାଡ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ , ୬ ଲକ୍ଷ ଛାତ୍ରଛାତ୍ରୀ ଉପକୃତ

ଭୁବନେଶ୍ୱର / ଏରନ୍ ନ୍ୟୁଜ / ୧୨-୦୧ ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ହେବାକୁ ଥିବା ମାଟ୍ରିକ ପରୀକ୍ଷା ନିମନ୍ତେ ପିଲାମାନଙ୍କ ପରୀକ୍ଷା ଫିସ୍‌ ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ । ମୁଖ୍ୟମନ୍ତ୍ରୀଙ୍କର ଏହି ନିଷ୍ପତ୍ତି ଫଳରେ ଅର୍ଥାଭାବରୁ କୌଣସି ପିଲା ପରୀକ୍ଷା ଦେବାରୁ ବଞ୍ଚିତ ହେବେ ନାହିଁ। ଏ ବାବଦରେ ରାଜ୍ୟ ସରକାର ୨୭ କୋଟି ଟଙ୍କା ବ୍ୟୟଭାର ବହନ କରିବେ। ସୂଚନାଯୋଗ୍ୟ ଯେ ପ୍ରତି ପିଲାଙ୍କୁ ମାଟ୍ରିକ ପରୀକ୍ଷା ନିମନ୍ତେ ୪୨୦ ଟଙ୍କା ଲେଖାଏଁ ଫିସ୍‌ ଦେବାକୁ ପଡିଥାଏ । କରୋନା ମହାମାରୀ ପରିପ୍ରେକ୍ଷୀରେ ୨୦୨୦-୨୧ ଶିକ୍ଷା ବର୍ଷ ବିଶେଷ ଭାବରେ ପ୍ରଭାବିତ ହୋଇଛି । ଦୀର୍ଘ ୯ ମାସ କାଳ ସ୍କୁଲ ବନ୍ଦ ରହିବା ପରେ ଜାନୁଆରୀ ୮ ତାରିଖରୁ କେବଳ ଦଶମ ଓ ଦ୍ବାଦଶ ଶ୍ରେଣୀକୁ କୋଭିଡ ନିୟମ ପାଳନ କରି ଖୋଲାଯାଇଛି । ପିଲାମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ତଥା ପାଠ୍ୟକ୍ରମରେ ବିଭିନ୍ନ ବିଷୟରେ ଥିବା ସନ୍ଦେହ ଦୂର କରିବା ପାଇଁ କ୍ଲାସ କରାଯାଉଛି। କରୋନା ଯୋଗୁ ବହୁ ଲୋକଙ୍କର ଜୀବନଜୀବିକା ମଧ୍ୟ ପ୍ରଭାବିତ ହୋଇଛି ।  ( ଏରନ୍ ନ୍ୟୁଜ ବ୍ୟୁରୋ ରିପୋର୍ଟ )


subscribe us for latest News

ଆମର ଏହି ଲେଖା ଆପଣଂକୁ କିପରି ଲାଗିଲା ମତାମତ ଦିଅନ୍ତୁ , ଯଦି ଭଲ ଲାଗୁଛି ତେବେ ଲାଇକ ଓ ଶେୟର କରନ୍ତୁ

Web-Portal       Facebook       You-tube

Whats-app = 9178482265       Mail-Id

Related posts

ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟରେ ଜାତୀୟ ଯୁବ ଦିବସ ଓ ରକ୍ତଦାନ ଶିବିର

Aren News

କରୋନା ରିପୋର୍ଟ – ବୌଦ୍ଧ ଜିଲାରେ ୪୮ ଜଣ ଓ ରାଜ୍ୟରେ ୩୯୨୨ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ

Aren News

ମଦ ଭାବି ପିଇଲେ ସାନିଟାଇଜର, ଚାଲିଗଲା ୯ ଜଣଙ୍କ ଜୀବନ

Simun Naik

ଏକ ମନ୍ତବ୍ୟ ଛାଡନ୍ତୁ |