ତାଜା ଖବର
  • Home
  • ଅନ୍ୟାନ୍ୟ
  • ଆଜିର ରାଶିଫଳ ଓ ମହାବୀର ପଞ୍ଚାଙ୍ଗ – ୬-୪-୨୦୨୧, ମଙ୍ଗଳବାର
ଅନ୍ୟାନ୍ୟ ତାଜା ଖବର

ଆଜିର ରାଶିଫଳ ଓ ମହାବୀର ପଞ୍ଚାଙ୍ଗ – ୬-୪-୨୦୨୧, ମଙ୍ଗଳବାର

🌹 ମହାବୀର ପଞ୍ଚାଙ୍ଗ🌹
🌹୬-୪-୨୦୨୧((ମଙ୍ଗଳବାର))🌹
🌺🌺🌺🌺🌺🌺🌺🌺🌺🌺🌺🌺
ମୀନ ଦି୨୪ନ ।ଦଶମୀ ଦ୫୧।୧୦ ରାଘ ୨୮।ଶ୍ରବଣା ଦ୫୩।୫୦ ରାଘ୩।୧୦ ମକର ଚନ୍ଦ୍ର ଦ୬୦ ନିଶାନ୍ତ ।
🌺🌺🌺🌺🌺🌺🌺🌺🌺🌺🌺🌺
ଭାରତୀୟ ସାଧାରଣ ସମୟ ଅନୁସାରେ (I.S.T.)
ମୀନ ଦ୨/୫ ୦/୩୫ ଇଂଘ୫/୪୦/୨୨ ଗତେ ଉଦୟ
କନ୍ୟା ଦ୩/୫୮/୫୫ ଇଂଘ୫/୫୮/୩୬ ଗତେ ଅସ୍ତ ।
🌺🌺🌺🌺🌺🌺🌺🌺🌺🌺🌺🌺
ଯୋଗିନୀ ଉତ୍ତରେ ରାତ୍ରି ଘ୨।୮ ଗତେ ଅଗ୍ନିକୋଣେ । ଯାତ୍ରାଦି ଶୁଭ କର୍ମ ନାସ୍ତି ।ଗତ ଦିବସ ନକ୍ଷତ୍ର ମାନଙ୍କର ତାରାଚନ୍ଦ୍ର ଶୁଦ୍ଧି । ସିଂହ ରାଶିର ଘାତଚନ୍ଦ୍ର । ମକର ରାଶିର ଘାତବାର । ରାତ୍ରି ଘ୩।୧୦ ଗତେ ଶତଭିଷା ପୂର୍ବଭାଦ୍ର ରେବତୀ ଦ୍ଵିଜା ରୋହିଣୀ ଆଦ୍ରା ପୁନର୍ବସୁ ଅଶ୍ଳେଷା ପୂର୍ବଫାଃ ହସ୍ତା ସ୍ଵାତୀ ବିଶାଖା ଜ୍ୟେଷ୍ଠା ପୂର୍ବାଷାଢ଼ା ଶ୍ରବଣା ଏ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି । ଦିବା ଘ୭।୧୨ ଗତେ ଘ୮।୪୪ ମଧ୍ୟେ ବାରବେଳା । ଘ୧।୨୨ ଗତେ ଘ୨।୫୪ ମଧ୍ୟେ କାଳବେଳା । ରାତ୍ରି ଘ୭।୨୬ ଗତେ ଘ୮।୫୪ ମଧ୍ୟେ କାଳରାତ୍ରି । ମୃତେ ପାଦ ଦୋଷ । ଫଳଂ କୃଷି ହାନି ଓ ଭୂମି ଦାନ ।ରଜଶ୍ଚକ୍ରେ ବିଧବା ରାତ୍ରି ଘ୩।୧୦ ଗତେ ସର୍ବସମ୍ପନ୍ନା ।ଦଶମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।କଳମ୍ବୀ (କଳମ ଶାଗ) ରାତ୍ରି ଘ୨।୮ ଗତେ ଶିମ୍ବିକା (ଶିମ୍ବ ) ଭକ୍ଷଣ ନିଷେଧ । ଶରଣଂ
🌺🌺🌺🌺🌺🌺🌺🌺🌺🌺🌺🌺
(ଅମୃତ) – ଦିବା ଘ୮।୪୪ ଗତେ ଘ୧୦।୧୬ ମଧ୍ୟେ ଘ୧୧।୪୮ ଗତେ ଘ୧।୨୦ ମଧ୍ୟେ ରାତ୍ରି ଘ୧।୧୮ ଗତେ ଘ୪।୧୪ ମଧ୍ୟେ । (ମାହେନ୍ଦ୍ର)- ଦିବା ଘ୧୦।୧୬ ଗତେ ଘ୧୧।୪୮ ମଧ୍ୟେ ଘ୨।୫୪ ଗତେ ଘ୪।୨୬ ମଧ୍ୟେ ରାତ୍ରି ଘ୮।୫୪ ଗତେ ଘ୧୦।୨୨ ମଧ୍ୟେ ଘ୧୧।୫୦ ଗତେ ଘ୧।୧୮ ମଧ୍ୟେ ।

🌹ମେଷ:

ଅଭାବ ଲାଗି ରହିଥିଲେ ମଧ୍ୟ ଧାରକରଜ କରି କାମ ତୁଲାଇନେବାକୁ ବାଧ୍ୟ ହୋଇପାରନ୍ତି। କାଳେ ଦେବାକୁ ପଡ଼ିବ, ଏହି ବିଷୟ ମନରେ ଚିନ୍ତାକରି ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ପରିବାର ଓ ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ୍‌ ହେବେ। ଯାନବାହନରେ ସତର୍କ ରୁହନ୍ତୁ, ଅନ୍ୟଥା ସମସ୍ୟା ଆସିପାରେ।

🌹ବୃଷ:

ପାରିବାରିକ କ୍ଷେତ୍ରରେ କାହାର ଛୋଟ କଥାକୁ ଧରି ବସିବା ଠିକ୍‌ ହେବନାହିଁ। ଆଜିର ବନ୍ଧୁମିଳନ ପ୍ରକୃଷ୍ଟ ସମୟ କହିଲେ ଅତ୍ୟୁକ୍ତି ହେବନାହିଁ। ବ୍ୟବସାୟ, କଚେରି ମାମଲା, ପରିବହନ ଦିଗରୁ ଲାଭବାନ୍‌ ହେବେ। ଶ-ନାମାକ୍ଷର ବ୍ୟକ୍ତିମାନେ କର୍ମକ୍ଷେତ୍ର କିମ୍ବା ଆନୁଷ୍ଠାନିକ କାମରେ ଦୃଢ଼ ପଦକ୍ଷେପ ଗ୍ରହଣ କରି କାମ ହାସଲ କରିବେ।

🌹ମିଥୁନ:

ଆକସ୍ମିକ କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଆପଣଙ୍କ ସକାଶେ କିଛି ଅସୁବିଧା ସୃଷ୍ଟି ହୋଇପାରେ। ବହୁଦିନରୁ ରହିଯାଇଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବ୍ୟବସାୟରେ ଲାଭ ମିଳିବ, ମାତ୍ର ପରିସ୍ଥିତିବଶତଃ ଅନ୍ୟ ବାଟରେ ବ୍ୟୟ ହୋଇଯିବା ସୂଚନା ରହିଛି।

🌹କର୍କଟ:

ଆଜି ବିଭିନ୍ନ ପ୍ରକାର ଘଟଣା ପ୍ରବାହଜନିତ ମାନସିକ ଅସ୍ଥିରତା କାରଣରୁ ଲାଗି ରହିବ। ଅ-ନାମାକ୍ଷର ବ୍ୟକ୍ତି ପରୋକ୍ଷଭାବେ ଶତ୍ରୁତା କରୁଥିବା ଲୋକ ବିଷୟରେ ବନ୍ଧୁଙ୍କ ସହ ଆଲୋଚନା ଜାରି ରଖିଲେ ଉପକୃତ ହୋଇପାରିବେ। କୌଣସି ବନ୍ଧୁ ସ୍ବତଃପ୍ରବୃତ୍ତ ଭାବରେ ସାହାଯ୍ୟ କରିବାକୁ ଆଗେଇ ଆସିବା ସମ୍ଭାବନା ରହିଛି।

🌹ସିଂହ:

ରାଜନୈତିକ କ୍ଷେତ୍ରରେ ଅସଫଳ କାମଗୁଡ଼ିକର ସମୀକ୍ଷା କରିପାରନ୍ତି। ବ-ନାମାକ୍ଷର ବ୍ୟକ୍ତିମାନେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରିବେ। ଆଗାମୀ କାଲିର ମାଙ୍ଗଳିକ କାର୍ଯ୍ୟ ସକାଶେ ପ୍ରସ୍ତୁତିପର୍ବ ଜୋର୍‌ଦାର କରିପାରନ୍ତି। କୌଣସି ଆତ୍ମୀୟଙ୍କ ଅସହଯୋଗ ଓ ପରୋକ୍ଷ ସମାଲୋଚନାରେ କ୍ଷୁବ୍ଧ ହୋଇପାରନ୍ତି।

🌹କନ୍ୟା:

ଆଜି ବନ୍ଧୁଙ୍କ ପରାମର୍ଶାନୁଯାୟୀ କିଛି ନୂତନ କାମ ଆରମ୍ଭ କରିବା ସକାଶେ ଚେଷ୍ଟା କରିପାରନ୍ତି। ପାରିବାରିକ କ୍ଷେତ୍ରରେ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ। ଘ-ନାମାକ୍ଷର ବ୍ୟକ୍ତି ସାଙ୍ଗଠନିକ ସ୍ତରରେ ନେତୃତ୍ୱ ନେଇ କିମ୍ବା ପ୍ରଶାସନିକ ସ୍ତରରେ ଦକ୍ଷତାଭିତ୍ତିକ ପ୍ରଶଂସନୀୟ କାମ କରିବେ।

🌹ତୁଳା:

ପ୍ରତ୍ୟେକ ସ୍ତରରେ ସମସ୍ତ ପ୍ରକାର ସୁବିଧା ଥିଲେ ମଧ୍ୟ କେତେକ କାମ ଅଧୁରା ରହିଯିବା ଆଶଙ୍କା ଦେଖାଦେବ।ବ୍ୟବସାୟ,ପରିବହନ ,କ୍ରୀଡ଼ା ଓ ଚଳଚ୍ଚିତ୍ରରେ, ସଭାସମିତିରେ ସମସ୍ୟା ସମାଧାନ ହେବ। ପୁଷ୍ୟା ନକ୍ଷତ୍ରର ବୃଦ୍ଧ ପିତାମାତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ।

🌹ବିଛା:

ଆପଣ ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ପାରିବାରିକ ସ୍ଥିରତା ହଠାତ୍‌ ଆସି ନ ପାରେ। ମ-ନାମାକ୍ଷର ବ୍ୟକ୍ତିମାନେ ସତର୍କରେ ନ ଚଳିଲେ ବିବାଦ ଘେରରେ ପଡ଼ିପାରନ୍ତି। ବୁଦ୍ଧିଜୀବୀମାନଙ୍କ ଦ୍ୱାରା ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ହଠାତ୍‌ କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହୁଅନ୍ତୁ ନାହିଁ।

🌹ଧନୁ:

ଆଜି ଆପଣ ଆତ୍ମୀୟସ୍ବଜନ କିମ୍ବା ପାଖ ପଡ଼ୋଶୀଙ୍କ ଠାରୁ ସହଯୋଗ ଲାଭକରି କାମଟିକୁ ପୂରା କରିପାରିବେ। ପ-ନାମାକ୍ଷର ବ୍ୟକ୍ତିଙ୍କ ଜମିଜମା, ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଖର୍ଚ୍ଚ ପରିମାଣ କ୍ରମ ଶଃ ବୃଦ୍ଧି ପାଇପାରେ।

🌹ମକର:

ଆଜି ଅପମାନିତ ହୋଇ ପାରନ୍ତି। କର୍ମକ୍ଷେତ୍ରରେ ନାନାଦି ସମାସ୍ଯା ଉପୁଜି ପାରେ।ପୁରୁଣା ସମସ୍ୟା ପୁଣି ସାମନାକୁ ଆସିପାରେ ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଜମି ସମ୍ବନ୍ଧୀୟ ମାମଲା ଆପଣଙ୍କ ପକ୍ଷରେ ହୋଇପାରେ।

🌹କୁମ୍ଭ:

ପାରିବାରିକ ଶାନ୍ତି ବଜାୟ ରହିବ।ଦୁରଯାତ୍ରାର ଯୋଗ ରହିଛି। ଅଭିଭାବକଙ୍କ ପରାମର୍ଶ ନେଇ ଆଗକୁ ବଢ଼ନ୍ତୁ, ସବୁ ଯୋଜନା ସଫଳ ହେବ ରାଜନୀତିରେ ପ୍ରତିଷ୍ଠିତ ଲୋକଙ୍କ ସହିତ ସାକ୍ଷାତ ହେବା ସ୍ବାସ୍ଥ୍ୟ ଭଲ ରହିବା

🌹ମୀନ:

ମାନସିକ ସ୍ଥିରତା ରହିବ। ବାଣିଜ୍ୟରେ ଲାଭବାନ ହେବେ।ଉନ୍ନତି କରିବାର ଦିନଟିଏ। ପରିଶ୍ରମର ଫଳ ଆପଣଙ୍କୁ ଅତି ଶୀଘ୍ର ମିଳିବ। କାରବାରରେ ଆୟର ନୂଆ ଉତ୍ସ ପାଇବେ ସଂପତ୍ତା ବିବାଦ ସମାପ୍ତ ହେବ।

🌺🌺🌺🌺🌺🌺🌺🌺🌺🌺🌺🌺
🌹 ଜ୍ଯୋତିଷ ଗଣକ-ରମେଶ ଚନ୍ଦ୍ର ପଣ୍ଡା🌹
🌹 ଶ୍ରୀ ମହାବୀର ଆଷ୍ଟ୍ରୋ ରିସର୍ଚ୍ଚ🌹
🌹ଦୂରଭାଷା-୯୯୩୭୦୬୭୦୫୦/୯୪୩୭୭୯୮୯୩୩ 🌹
🌺🌺🌺🌺🌺🌺🌺🌺🌺🌺🌺🌺

Related posts

କରୋନା ରିପୋର୍ଟ – ବୌଦ୍ଧ ଜିଲାରେ ରେକର୍ଡ ସଂଖ୍ୟକ ୪୭ ଜଣ ଓ ରାଜ୍ୟରେ ୪୩୩୦ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ

Aren News

ପଞ୍ଚାୟତିରାଜ ପ୍ରମୁଖ ଶାସନ ସଚିବଙ୍କୁ ହଟାଇବାକୁ ଦାବି କଲା ଗାଁ ସାଥି ସଂଘ

Aren News

ଓଡ଼ିଶା ମୋ ପରିବାର “ଜୀବନ ବିନ୍ଦୁ” କାର୍ଯ୍ୟକ୍ରମ ଆନୁକୂଲ୍ୟରେ ରକ୍ତଦାନ ଶିବିର ଆୟୋଜିତ

Aren News

ଏକ ମନ୍ତବ୍ୟ ଛାଡନ୍ତୁ |