ତାଜା ଖବର
  • Home
  • ରାଜ୍ୟ
  • ଆଜିର ରାଶିଫଳ ଓ ମହାବୀର ପଞ୍ଚାଙ୍ଗ – ୧୧-୪-୨୦୨୧((ରବିବାର))
ଅନ୍ୟାନ୍ୟ ତାଜା ଖବର ରାଜ୍ୟ

ଆଜିର ରାଶିଫଳ ଓ ମହାବୀର ପଞ୍ଚାଙ୍ଗ – ୧୧-୪-୨୦୨୧((ରବିବାର))

🌹 ମହାବୀର ପଞ୍ଚାଙ୍ଗ🌹
🌹୧୧-୪-୨୦୨୧((ରବିବାର))🌹
🌺🌺🌺🌺🌺🌺🌺🌺🌺🌺🌺🌺
ମୀନ ଦି୨୯ନ।ଚତୁର୍ଦ୍ଦଶୀମଳ ଦ୧।୨୭ ପ୍ରାଘ ୬।୧୧।ଉତ୍ତରଭାଦ୍ର ଦ୧୦।୨୭ ଦିଘ୯।୪୭।ମୀନ ଚନ୍ଦ୍ର ଦ୬୦ ନିଶାନ୍ତ
🌺🌺🌺🌺🌺🌺🌺🌺🌺🌺🌺🌺
ଭାରତୀୟ ସାଧାରଣ ସମୟ ଅନୁସାରେ (I.S.T.)
ମୀନ ଦ୩/୨୯/୦୦ ଇଂଘ୫/୩୬/୩ ଗତେ ଉଦୟ
କନ୍ୟା ଦ୪/୫୨/୫୦ ଇଂଘ୬/୦/୨ ଗତେ ଅସ୍ତ ।
🌺🌺🌺🌺🌺🌺🌺🌺🌺🌺🌺🌺
ଯୋଗିନୀ ପଶ୍ଚିମେ । ପ୍ରାତଃଘ୬।୧୧ ଗତେ ଐଶାନ୍ୟେ । ଯାତ୍ରାଦି ଶୁଭ କର୍ମ ନାସ୍ତି । ଗତ ଦିବସ ନକ୍ଷତ୍ର ଓ ରାଶିମାନଙ୍କର ତାରାଚନ୍ଦ୍ର ଶୁଦ୍ଧି । ଧନୁ ରାଶିର ଘାତଚନ୍ଦ୍ର ।ମେଷ ରାଶିର ଘାତବାର । ଦିବା ଘ୯।୪୭ ଗତେ ଅଶ୍ବିନୀ ଦ୍ଵିଜା ରୋହିଣୀ ଆର୍ଦ୍ରା ପୁଷ୍ୟା ମଘା ପୂର୍ବଫାଃ ହସ୍ତା ସ୍ୱତୀ ଅନୁରାଧା ମୂଳା ପୂର୍ବାଷାଢ଼ା ଶ୍ରବଣା ଶତଭିଷା ଉତ୍ତରଭାଦ୍ର ଏ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି । ଦିବା ଘ୧୦।୧୫ ଗତେ ଘ୧।୨୧ ମଧ୍ୟେ ବାର ଓ କାଳବେଳା । ରାତ୍ରି ଘ୧।୧୫ ଗତେ ଘ୨।୪୨ ମଧ୍ୟେ କାଳରାତ୍ରି ।ମୃତେ ପାଦ ଦୋଷ । ଫଳଂ କୃଷି ହାନି ଓ ଭୂମି ଦାନ । ରଜଶ୍ଚକ୍ରେ ସର୍ବସମ୍ପନ୍ନା । ଅମାବାସ୍ୟାର ସାମ୍ବତ୍ସରିକ ଶ୍ରାଦ୍ଧ ମହାଳୟା ବିଧିରେ ହେବ । ମାଷ (ବିରି) ପ୍ରାତଃ ଘ୬।୧୧ ଗତେ ସ୍ତ୍ରୀ ତୈଳ ବର୍ଜନ ମତ୍ସ୍ଯ ମାଂସ ଭକ୍ଷଣ ନିଷେଧ । ଅଦ୍ୟ ଚନ୍ଦ୍ରକ୍ଷୟ, ନିଶିପାଳନ, ନଷ୍ଟ ଚନ୍ଦ୍ର ଉପବାସ ।ରାତ୍ରି ଗୋଦହନ ନିଷେଧ । ହଳ ନିଷେଧ ।
🌺🌺🌺🌺🌺🌺🌺🌺🌺🌺🌺🌺
(ଅମୃତ) – ଦିବା ଘ୭।୯ ଗତେ ଘ୮।୪୨ ମଧ୍ୟେ ରାତ୍ରି ଘ୮।୫୪ ଗତେ ଘ୧୧।୪୮ ମଧ୍ୟେ ।(ମାହେନ୍ଦ୍ର) – ଦିବା ଘ୮।୪୨ ଗତେ ଘ୧୦।୧୫ ମଧ୍ୟେ ଘ୧।୨୧ ଗତେ ଘ୨।୫୪ ମଧ୍ୟେ।ରାତ୍ରି ଘ୭।୨୭ ଗତେ ଘ୮।୫୪ ମଧ୍ୟେ ଘ୨।୪୨ ଗତେ ଘ୪।୯ ମଧ୍ୟେ ।

🌹ମେଷ :

ଆଜି ଗୃହ ଉପକରଣ ଓ କିଛି ଦରକାରି ଦ୍ରବ୍ୟକ୍ରୟ କରି ଖର୍ଚାନ୍ତ ହୋଇପାରନ୍ତି ।ଆପଣଙ୍କୁ ନିଜ ସାଙ୍ଗମାନଙ୍କ ସୁସମ୍ମାନ ପାଇଁ ଖୁସିମିଳିବା ।କିନ୍ତୁ ଆପଣଙ୍କର ହିଁ କିଛି ସାଙ୍ଗ ଆପଣଙ୍କୁ ଇର୍ଷା କରିପାରନ୍ତି ।ଏଥିପାଇଁ ଆପଣଙ୍କୁ ଟିକେ ସାବଧାନ ରହିବାକୁ ହେବ ।

🌹ବୃଷ:

ବହୁଦିନ ଧରି ଥିବା ସମସ୍ୟାର ସମାଧାନ ଓ ଅଚାନକ ଅର୍ଥଲାଭ ପାଇଁ ଆପଣ ଖୁସି ରହିବେ । ଆପଣ ଅନ୍ୟମାନଙ୍କ ସହିତ ମତାନ୍ତର ଥିବାର ଏ ସମସ୍ୟାର ସମାଧାନ ଦେଇପାରି ନଥିଲେ । ଯାହା ହେଉନା କାହିଁକି ବର୍ତ୍ତମାନ ଖୁସି ବଢାଇବାର ସମୟ ।

🌹ମିଥୁନ:

ଆପଣଙ୍କୁ ଯେଉଁ କାର୍ଯ୍ୟ କରିବାକୁ କୁହାଯାଇଛି ସେ କାର୍ଯ୍ୟପୂରା ମନଯୋଗ ଦେଇ କରନ୍ତୁ । କାରଣ ଆପଣଙ୍କ ପରିବାର ଏହା ବଦଳରେ ଆପଣଙ୍କୁ ସବୁଦିନ ସାହାଯ୍ୟ କରିବ ଏହି ସମୟରେ ହୁଏତ ଆପଣଙ୍କ ପରିବାର ଆପଣଙ୍କ ପାଖରୁ କିଛି ଆଶା କରୁଛି ।

🌹କର୍କଟ :

ଆପଣଙ୍କ ବୁଦ୍ଧି ଆଜି ଅଧିକ ବେଗରେ ସାହାଯ୍ୟ କରିବ । ଏହାର ଉପଯୋଗ ଆପଣ ଭବିଷ୍ୟତ ଯୋଜନା କରିବାରେ ବିନିଯୋଗ କରନ୍ତୁ । ଯଦି ଆପଣ କେବଳ ନିଜ ଲକ୍ଷ୍ୟ ଉପରେ ଧ୍ୟାନ ଦେବେ, ତେବେ ବାକି ସମସ୍ତ କାର୍ଯ୍ୟ ସ୍ୱତଃ ଠିକ୍ ହୋଇଯିବ ।

🌹ସିଂହ :

ପରିବାର ସଦସ୍ୟଙ୍କ ସହ ଭ୍ରମଣ କରିବା ପାଇଁ ଆଜି ଦିନଟି ଉପଯୁକ୍ତ । ଏହି ଭ୍ରମଣ ଆପଣଙ୍କ ମଧ୍ୟରେ ସମ୍ପର୍କ ମାଧୁର୍ଯ୍ୟଭରା କରିବ । ମନ ମଧ୍ୟରେ ବହୁଦିନ ଧରି ରହି ଆସୁଥିବା ଦୁଶ୍ଚିନ୍ତାକୁ ଦୁରକରିବାରେ ଏହି ଭ୍ରମଣ ସହାୟକ ହେବ ।କର୍ମକ୍ଷେତ୍ର ରେ ଉନ୍ନତି ଓ ପଦମର୍ଯ୍ୟାଦା ବୃଦ୍ଧି ଯୋଗରହିଛି।

🌹କନ୍ୟା :

ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିବେ କିନ୍ତୁ ମନେ ରଖନ୍ତୁ ଆପଣଙ୍କର ସବୁ କଥାରେ ଏକ ସୀମା ମଧ୍ୟ ରହିଛି । ହଠାତ ଦେବପୂଜା ଓଦର୍ଶନ କରିବାର ସୁଯୋଗ ପାଇବେ।

🌹ତୁଳା :

ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।

🌹ବିଛା :

ଆଜି ଆପଣଙ୍କ ବ୍ୟବହାରକୁ ସମସ୍ତେ ପ୍ରଶଂସା କରିବେ।ଆପଣଙ୍କର ମିତ୍ରତା ଆପଣଙ୍କ ମିତ୍ର ପାଇଁ ବହୁତ ଲାଭଦାୟକ ହେବ ଏବଂ ଭବିଷ୍ୟତରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ହେବେ ।ଶତୃମାନେ ପଛଘୁଞ୍ଚା ଦେବେ ।

🌹ଧନୁ :

ଆଜି ଦିନଟି ଆପଣଙ୍କ ପାଇଁ ଭଲରେ କଟିଳେ ମଧ୍ୟ ସାମୟିକ ଦେହପୀଡା ହୋଇପାରେ ।ନିଜ ପରିବାର ବର୍ଗସହ ଛୋଟଧରଣର ଭ୍ରମଣ ଯୋଗ ରହିଛି । ପରିବାର ସଦସ୍ୟ ଏହି ଭ୍ରମଣକୁ ଉପଭୋଗ କରିବେ ଏବଂ ଆପଣଙ୍କ ସମ୍ପର୍କକୁ ସଧୁମୟ କରିବେ ।

🌹ମକର :

ଆପଣ ଆଜି କୌଣସି କାରଣରୁ ନିରାଶ ହେବେ । ଆପଣ ନିଜ ଲକ୍ଷରେ ପହଁଚି କଷ୍ଟକର ହେବ । ଆପଣଙ୍କର କାର୍ଯ୍ୟ ଦକ୍ଷତା ହ୍ରାସ ପାଇପାରେ । ବିଶେଷ ବିବ୍ରତ ହୁଅନ୍ତୁ ନାହିଁ । ଆଜି ଦିନ ବିତେଇଲା ପରେ ଅନ୍ୟାନ୍ୟ କ୍ଷେତ୍ରରେ ଓ ଉନ୍ନତି ପରିଲକ୍ଷିତ ହେବ ।

🌹କୁମ୍ଭ :

ଆଜି ମନ ଅଶାନ୍ତ ରହିବ।ଆପଣ କୌଣସି ଉପଦେଷ୍ଠାଙ୍କର କିମ୍ବା ବରିଷ୍ଠ ବ୍ୟକ୍ତିଙ୍କର ମାର୍ଗ ଦର୍ଶନ ପାଇଁ ସାହାଯ୍ୟ ଚାହିଁବେ । ଆପଣ ନିଜ ଜୀବନର ଦ୍ୱିଧା ବା ଅସୁବିଧା ପରିସ୍ଥିତିରୁ ବାହାରି ଆସିବା ପାଈଁ ବାଟ ବାହାର କରିବାରେ ବିଫଳ ହୋଇପାରନ୍ତି ।

🌹ମୀନ :

ଯଦି ଛୁଟିଦିନ ଦେଖି ଆତ୍ମିୟସୋଜନ ମାନଙ୍କ ସହ ବୁଲିବାକୁ ଯାଆନ୍ତି ଏହି ସମୟଟି ପ୍ରକୃଷ୍ଟ ଅଟେ ।ସେଥିପାଇଁ ବିଧିବୋଧ ଯୋଜନା କରନ୍ତୁ । ପର୍ଯ୍ୟଟନ ବୁଲିବାକୁ ମଧ୍ୟ ଯାଇପାରନ୍ତି ଏବଂ ଏଥିରେ ଆପଣଙ୍କୁ ପରମ ଆନନ୍ଦ ମିଳିବ ।

🌺🌺🌺🌺🌺🌺🌺🌺🌺🌺🌺🌺
🌹 ଜ୍ଯୋତିଷ ଆଚାର୍ଯ୍ୟ-ରମେଶ ଚନ୍ଦ୍ର ପଣ୍ଡା 🌹
🌹 ଶ୍ରୀ ମହାବୀର ଆଷ୍ଟ୍ରୋ ରିସର୍ଚ୍ଚ🌹
🌹ଦୂରଭାଷା-୯୯୩୭୦୬୭୦୫୦/୯୪୩୭୭୯୮୯୩୩🌹
🌺🌺🌺🌺🌺🌺🌺🌺🌺🌺🌺🌺

Related posts

ଖୋଲିଲା ମାଁ ସମଲେଶ୍ୱରୀ ମନ୍ଦିର,୯ ମାସପରେ ଭକ୍ତ କରିଲେ ମାଁଙ୍କ ଦର୍ଶନ

Aren News

କରୋନା ରିପୋର୍ଟ – ବୌଦ୍ଧ ଜିଲ୍ଲାରେ ଆଜି ୩୨ ଜଣ ଓ ରାଜ୍ୟରେ ୨୧୯୬ ନୂଆ କରୋନା ପଜିଟିଭ ଚିହ୍ନଟ

Aren News

ଜିଲାର ସ୍ୱାସ୍ଥ୍ୟ ସେବା ସଜାଡ଼ିବା ଦାବି ନେଇ ସାମ୍ବାଦିକଙ୍କ ଧାରଣାର ଚତୁର୍ଥ ଦିନ, ପ୍ରତିଶୃତି ଦେଲେ ସାଂସଦ ଏବଂ ଦୁଇ ବିଧାୟକ

Aren News

ଏକ ମନ୍ତବ୍ୟ ଛାଡନ୍ତୁ |