• Home
  • ରାଜ୍ୟ
  • ଆଜିର ରାଶିଫଳ ଓ ମହାବୀର ପଞ୍ଚାଙ୍ଗ – ୧୭-୧୧-୨୦୨୧((ବୁଧବାର))
ଅନ୍ୟାନ୍ୟ ତାଜା ଖବର ରାଜ୍ୟ

ଆଜିର ରାଶିଫଳ ଓ ମହାବୀର ପଞ୍ଚାଙ୍ଗ – ୧୭-୧୧-୨୦୨୧((ବୁଧବାର))

🌹 ମହାବୀର ପଞ୍ଚାଙ୍ଗ🌹
🌹୧୭-୧୧-୨୦୨୧((ବୁଧବାର))🌹
🌹{{ଶିବ ଉତ୍‌ଥାପନ, ବଡ଼ଓଷା, ବୈକୁଣ୍ଠ ଚତୁର୍ଦ୍ଦଶୀ,ଶ୍ରୀ ଶ୍ରୀ ମହାପ୍ରଭୁଙ୍କର ତ୍ରିବିକ୍ରମ ବେଶ}}🌹
🌺🌺🌺🌺🌺🌺🌺🌺🌺🌺🌺🌺
ଅଦ୍ଯ ବିଛା ଦି୨ନ,ତ୍ରୟୋଦଶୀ ଦ୯।୩୮ ଘ୯।୫୧,ଅଶ୍ବିନୀ ଦ୩୩।୫ ରାଘ ୧୧।୨୬ ମେଷ ଚନ୍ଦ୍ର ଦ୬୦ ନିଶାନ୍ତ।
🌺🌺🌺🌺🌺🌺🌺🌺🌺🌺🌺🌺
ଭାରତୀୟ ସାଧାରଣ ସମୟ ଅନୁସାରେ (I.S.T.)
ବିଛା ଦ୦/୦୬/୨୦ ଇଂଘ ୬/୦୦/୦୯ ଗତେ ଉଦୟ
ବୃଷ ଦ୦/୦୫/୪୦ ଇଂଘ୫/୦୩/୪୦ ଗତେ ଅସ୍ତ ।
🌺🌺🌺🌺🌺🌺🌺🌺🌺🌺🌺🌺
ଯୋଗିନୀ ଦକ୍ଷିଣେ । ଦିବା ଘ୯।୫୧ ଗତେ ପଶ୍ଚିମେ । ଯାତ୍ରାଦି ଶୁଭ କର୍ମ ନାସ୍ତି । ଗତ ଦିବସ ନକ୍ଷତ୍ର ଓ ରାଶିମାନଙ୍କର ତାରାଚନ୍ଦ୍ର ଶୁଦ୍ଧି । ମେଷ ରାଶିର ଘାତଚନ୍ଦ୍ର । କର୍କଟ ରାଶିର ଘାତବାର । ରାତ୍ରି ଘ୧୧।୨୬,ଗତେ କୃତ୍ତିକା ରୋହିଣୀ ଆଦ୍ରା ପୁଷ୍ୟା ମଘା ଉତ୍ତରାଫା ହସ୍ତା ସ୍ଵାତୀ ଅନୁରାଧା ମୂଳା ଉତ୍ତରାଷାଢ଼ା ଶ୍ରବଣା ଶତଭିଷା ଉତ୍ତରଭାଦ୍ର ଅଶ୍ବିନୀ ଏ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି । ଦିବା ଘ୮।୪୬ ଗତେ ଘ ୧୦।୯ ମଧ୍ୟେ କାଳବେଳା । ଘ୧୧।୩୨ ଗତେ ଘ୧୨।୫୫ ମଧ୍ୟେ ବାରବେଳା । ରାତ୍ରି ଘ୨।୪୬ ଗତେ ଘ୪।୨୩ ମଧ୍ୟେ କାଳରାତ୍ରି । ପ୍ରଥମ ରଜୋଦର୍ଶନେ ରାତ୍ରି ଘ୧୧।୨୬ ଗତେ ଦଶମାସ ଗଣ୍ଡଦୋଷ । ସ୍ଵର୍ଣ ଓ ପୀତ ବସ୍ତ୍ର ଦାନ । ଚତୁର୍ଦ୍ଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ବାର୍ତ୍ତାକୀ (ବାଇଗଣ) ଦିବା ଘ୯।୫୧ ଗତେ ମାଷ (ବିରି) ଭକ୍ଷଣ ନିଷେଧ । ଅଦ୍ୟ ଶିବଚତୁର୍ଦଶୀ ଉପବାସ ଓ ବେଢ଼ା ପରିକ୍ରମା । ଶିବ ଉତ୍ଥାପନ ଓ ବୈକୁଣ୍ଠ ଚତୁର୍ଦ୍ଦଶୀ । ବଡ଼ ଓଷା ।
🌺🌺🌺🌺🌺🌺🌺🌺🌺🌺🌺🌺
(ଅମୃତ) – ଦିବା ଘ୬।୪୮ ମଧ୍ୟେ ଘ୭।୩୬ ଗତେ ଘ୮।୨୪ ମଧ୍ୟେ ଘ୧୦।୪୮ ଗତେ ଘ୧।୧୨ ମଧ୍ୟେ ରାତ୍ରି ଘ୫।୫୨ ଗତେ ଘ୬।୪୦ ମଧ୍ୟେ ଘ୮।୧୬ ଗତେ ଘ୨।୪୦ ମଧ୍ୟେ । (ମାହେନ୍ଦ୍ର) – ଦିବା ଘ୬।୪୮ ଗତେ ଘ୭।୩୬ ମଧ୍ୟେ ଘ ୨।୦ ଗତେ ଘ୪।୨୪ ମଧ୍ୟେ ।
🌺🌺🌺🌺🌺🌺🌺🌺🌺🌺🌺🌺
🌹 ଜ୍ଯୋତିଷ ଆଚାର୍ଯ୍ୟ-ରମେଶ ଚନ୍ଦ୍ର ପଣ୍ଡା🌹
🌹 ଶ୍ରୀ ମହାବୀର ଆଷ୍ଟ୍ରୋ ରିସର୍ଚ୍ଚ🌹
🌹 ପଟ୍ଟାମୁଣ୍ଡାଇ, କେନ୍ଦ୍ରାପଡ଼ା🌹
🌹ଦୂରଭାଷା-୯୪୩୭୭୯୮୯୩୩/୯୯୩୭୦୬୭୦୫୦🌹
🌺🌺🌺🌺🌺🌺🌺🌺🌺🌺🌺🌺

🌹ମେଷ:ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।

🌹ବୃଷ: ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ ଗଢିବାରେ ସହାୟ ହେବ | କାର୍ଯ୍ୟସ୍ଥଳୀରେ ଉଚସ୍ଥ ଅଧିକାରୀ ପ୍ରଶଂସା କରିବେ | ବ୍ୟାପାର ଲାଭଦାୟକ ରହିବ | ପରିବାରରେ ଅତିଥି ଚର୍ଚ୍ଚାରେ ବ୍ୟସ୍ତ ରହିବେ |

🌹ମିଥୁନ:ସାହିତ୍ୟ, କଳା କ୍ଷେତ୍ରରେ ସୁନାମ ଅର୍ଜନ କରିବେ | କାର୍ଯ୍ୟକ୍ଷେତ୍ରରେ ସମ୍ବେଦନଶୀଳ କଥା କହିବା ଯୋଗୁଁ ପରିସ୍ଥିତି ବିଗଡିଯାଇପାରେ | ବ୍ୟାପାର ମଧ୍ୟମ ରହିବ | ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ |

🌹କର୍କଟ:ଆର୍ଥିକ ଲାଭ ହେବା ସହ ସାମାଜିକ ମାନ-ସମ୍ମାନ ମିଳିପାରେ | ପୁରାତନ ବନ୍ଧୁ କିମ୍ବା ଆତ୍ମୀୟଙ୍କ ସହ ଭେଟ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ବିରୋଧୀଙ୍କ ଷଡ଼ଯନ୍ତ୍ରକୁ ନିଜ ବୁଦ୍ଧିମତା ଦ୍ୱାରା ଏଡ଼ାଇଯିବେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ ।

🌹 ସିଂହ:ନିଜ ସମ୍ପର୍କୀୟମାନଙ୍କୁ କଟୁବାକ୍ୟ କହି ଶତ୍ରୁତା କରିବସିବେ | କାର୍ଯ୍ୟକ୍ଷେତ୍ରରେ ଭଲ କାର୍ଯ୍ୟ କରି ମଧ୍ୟ ସମାଲୋଚିତ ହେବେ | ବ୍ୟାପାରରେ କ୍ଷତି ସହିପାରନ୍ତି | ପରିବାରରେ କୌଣସି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଆଜି ମନକୁ ବ୍ୟଥିତ କରିପାରେ |

🌹କନ୍ୟା: ଶୁଭ ସମାଚାର ମିଳିପାରେ | କାର୍ଯ୍ୟକ୍ଷେତ୍ରରେ ମିଠା କଥା କହି ଉତ୍ତମ ସମ୍ପର୍କ ସ୍ଥାପନ କରି କାର୍ଯ୍ୟ ହାସଲ କରିବାରେ ସଫଳ ହେବେ | ବ୍ୟାପାର ଲାଭଦାୟୀ ରହିବ | ପରିବାରରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ |

🌹 ତୁଳା: ନିଜ ବାକ୍-ଅସଂଯତା ଯୋଗୁ ଉଗ୍ର ପରିସ୍ଥିତି ସୃଷ୍ଟି ହୋଇପାରେ | ମାଲି ମକଦ୍ଦମା କାର୍ଯ୍ୟ କରନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ସ୍ଥାନଂତରଣ ଯୋଗ ରହିଛି | ବ୍ୟାପାରରେ ପାର୍ଟନର ସହ ମତଭେଦ ହୋଇପାରେ | ପରିବାରରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଳହ ହୋଇପାରେ |

🌹ବିଛା: କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇ ସମ୍ମାନିତ ହେବେ | କାର୍ଯ୍ୟକ୍ଷେତ୍ରରେ ଉଚସ୍ଥ ଅଧିକାରୀଙ୍କ ପ୍ରଶଂସାଭାଜନ ହେବେ | ବ୍ୟାପାରରେ ନୂତନ ଯୋଜନା କରି ସୁଫଳ ମିଳିପାରେ | ପରିବାରରେ ସୁଖରେ ସମୟ କାଟିବେ |

🌹ଧନୁ: କୌଣସି ପ୍ରୀତିଭୋଜନର ଆନନ୍ଦ ଉଠେଇପାରନ୍ତି | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ଗ୍ରାହକକୁ ମିଠା କଥା କହି ଆକୃଷ୍ଟ କରେଇ ଲାଭବାନ ହୋଇପାରନ୍ତି | ପରିବାରରେ ସୁଖ-ଶାନ୍ତିରେ ସମୟ କଟିବ।

🌹 ମକର:ବିରୋଧୀଙ୍କ ସମାଲୋଚନା ଯୋଗୁଁ ତର୍କ-ବିତର୍କ ହୋଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ | ଅଯଥା ଖର୍ଚ୍ଚ ବଢ଼ିଯିବ | କର୍ମସ୍ଥଳୀରେ ହଠାତ ଜରୁରୀ କାର୍ଯ୍ୟକୁ ନେଇ ବିଦେଶ ଯାତ୍ରାର ମଉକା ମିଳିପାରେ | ବ୍ୟାପାରରେ କାର୍ଯ୍ୟଶୈଳୀ ଦ୍ୱାରା ବାଧା-ବିଘ୍ନକୁ ଏଡାଇଯିବେ ।

🌹 କୁମ୍ଭ:ନକାରାତ୍ମକ ଚିନ୍ତାରୁ ଦୂରେଇ ରୁହନ୍ତୁ | ଖର୍ଚ୍ଚବୃଦ୍ଧି ଯୋଗୁଁ ଆର୍ଥିକ ସମସ୍ୟା ହୋଇପାରେ | କାର୍ଯ୍ୟସ୍ଥଳୀରେ ଅଧିକ କାର୍ଯ୍ୟଭାର ଯୋଗୁଁ ଥକ୍କା ଅନୁଭୂତ ହେବ | ବ୍ୟାପାରରେ ଦିନଟି ଅଶୁଭ ରହିପାରେ | ପରିବାରରେ ସଦସ୍ୟଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖାଦେବ |

🌹 ମୀନ:ଆର୍ଥିକ ଲାଭ ସହ ସାହିତ୍ୟ, କଳା କ୍ଷେତ୍ରରେ ସୁଫଳ ମିଳିପାରେ | ନୂତନ ବସ୍ତ୍ରଭୂଷଣଃ ଲାଭ କରିବେ | କାର୍ଯ୍ୟସ୍ଥଳୀରେ ଧିମା କାର୍ଯ୍ୟ କରିବା ଯୋଗୁଁ ସମାଲୋଚିତ ହେବେ | ବ୍ୟାପାରରେ ପାର୍ଟନର ସହ ନୂତନ ନିବେଶ କରି ଲାଭବାନ ହୋଇପାରନ୍ତି ।

Related posts

ବଡ଼ବାଗବର ଗ୍ରାମରେ ସର୍ବାଧିକ ୨୫ ଜଣ, ବୌଦ୍ଧ ଜିଲାରେ ୨୭୩ ଜଣ କରୋନା ପଜିଟିଭ ଚିହ୍ନଟ

Aren News

ଆଜିର ରାଶିଫଳ ଓ ମହାବୀର ପଞ୍ଚାଙ୍ଗ – ୨୨-୭-୨୦୨୧((ଗୁରୁବାର))

Aren News

କରୋନା ସମୟେରେ ସାମ୍ବାଦିକମାନଙ୍କ ଦ୍ୱାରା ରକ୍ତଦାନ ଶିବିର

Aren News

ଏକ ମନ୍ତବ୍ୟ ଛାଡନ୍ତୁ |