• Home
  • ରାଜ୍ୟ
  • ଆଜିର ରାଶିଫଳ ଓ ମହାବୀର ପଞ୍ଚାଙ୍ଗ – ୧୮-୧୧-୨୦୨୧((ଗୁରୁବାର))
ଅନ୍ୟାନ୍ୟ ତାଜା ଖବର ରାଜ୍ୟ

ଆଜିର ରାଶିଫଳ ଓ ମହାବୀର ପଞ୍ଚାଙ୍ଗ – ୧୮-୧୧-୨୦୨୧((ଗୁରୁବାର))

 🌹 ମହାବୀର ପଞ୍ଚାଙ୍ଗ🌹
🌹୧୮-୧୧-୨୦୨୧((ଗୁରୁବାର))🌹
🌺🌺🌺🌺🌺🌺🌺🌺🌺🌺🌺🌺
ଅଦ୍ଯ ବିଛା ଦି୩ନ,ଚତୁର୍ଦ୍ଦଶୀ ଦ୧୪।୫୧ ଦିଘ୧୧।୫୭ ଦ୍ଵିଜା ଦ୫୦।୨୦ ରାଘ ୨।୯ ମେଷ ଚନ୍ଦ୍ର ଦ୬୦ ନିଶାନ୍ତ
🌺🌺🌺🌺🌺🌺🌺🌺🌺🌺🌺🌺
ଭାରତୀୟ ସାଧାରଣ ସମୟ ଅନୁସାରେ (I.S.T.)
ବିଛା ଦ୦/୧୬/୩୦ ଇଂଘ ୬/୦୦/୪୬ ଗତେ ଉଦୟ
ବୃଷ ଦ୦/୧୩/୦୦ ଇଂଘ ୫/୦୩/୨୮ ଗତେ ଅସ୍ତ
🌺🌺🌺🌺🌺🌺🌺🌺🌺🌺🌺🌺
ଯୋଗିନୀ ପଶ୍ଚିମେ ଦିବା ଘ୧୧।୫୭ ଗତେ ବାୟବ୍ୟେ । ଯାତ୍ରାଦି ଶୁଭ କର୍ମନାସ୍ତି । ଗତ ଦିବସ ନକ୍ଷତ୍ର ଓ ରାଶିମାନଙ୍କର ତାରାଚନ୍ଦ୍ର ଶୁଦ୍ଧି । ମେଷ ରାଶିର ଘାତଚନ୍ଦ୍ର । ତୁଳା ଓ କୁମ୍ଭ ରାଶିମାନଙ୍କର ଘାତବାର ।ରାତ୍ରି ଘ୨।୯ ଗତେ ରୋହିଣୀ ମୃଗଶିରା ପୁନର୍ବସୁ ଅଶ୍ଳେଷା ପୂର୍ବାଫାଃ ହସ୍ତା ଚିତ୍ରା ବିଶାଖା ଜ୍ୟେଷ୍ଠା ପୂର୍ବାଷାଢ଼ା ଶ୍ରବଣା ଧନିଷ୍ଠା ପୂର୍ବଭାଦ୍ର ରେବତୀ ଦ୍ଵିଜା ଏ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି । ଦିବାଘ୨।୧୭ ଗତେ ଘ୫।୩ ମଧ୍ୟେ କାଳ ଓ ବାରବେଳା । ରାତ୍ରି ଘ୧୧।୩୧ ଗତେ ଘ୧।୮ ମଧ୍ୟେ କାଳରାତ୍ରି । ମୃତେ ରାତ୍ରି ଘ୨।୯ ଗତେ ପାଦ ଦୋଷ । ଫଳଂ…
[9:27 PM, 11/18/2021] Ramesh Panda Astrologer: 🌹 ମହାବୀର ପଞ୍ଚାଙ୍ଗ🌹
🌹୧୯-୧୧-୨୦୨୧((ଶୁକ୍ରବାର))🌹
🌺🌺🌺🌺🌺🌺🌺🌺🌺🌺🌺🌺
🌹ରାସ ପୂର୍ଣିମା, ବାଲିଯାତ୍ରା, କାର୍ତ୍ତିକ ବ୍ରତ ସମାପନ,କାର୍ତ୍ତିକେଶ୍ଵର ପୂଜା ଓ ବୃହସ୍ପତି କୁମ୍ଭ ରାଶିକୁ ଚଳନ🌹
🌺🌺🌺🌺🌺🌺🌺🌺🌺🌺🌺🌺
ଅଦ୍ଯ ପୂର୍ଣ୍ଣିମା ଦ୨୦।୪୮,ଦିଘ୨।୨୦,କୃତ୍ତିକା ଦ୫୭।୪୮ ରାଘ୫।୮ ମେଷ ଚନ୍ଦ୍ର ଦ୭।୬ ଘ୮।୫୧।
🌺🌺🌺🌺🌺🌺🌺🌺🌺🌺🌺🌺
ଭାରତୀୟ ସାଧାରଣ ସମୟ ଅନୁସାରେ (IS.T.)
ବିଛା ଦ୦/୨୭/୪୦ ଇଂଘ ୬/୦୧/୨୩ ଗତେ ଉଦୟ
ବୃଷ ଦ୦/୨୩/ ୨୦ ଇଂଘ ୫/୦୩/୧୬ ଗତେ ଅସ୍ତ ।
🌺🌺🌺🌺🌺🌺🌺🌺🌺🌺🌺🌺
ଯୋଗିନୀ ବାୟବ୍ୟେ । ଦିବା ଘ୨।୨୦ ଗତେ ପୂର୍ବେ । ଯାତ୍ରାଦି ଶୁଭ କର୍ମ ନାସ୍ତି । ଗତ ଦିବସ ନକ୍ଷତ୍ର ଓ ରାଶି ମାନଙ୍କର ତାରାଚନ୍ଦ୍ର ଶୁଦ୍ଧି । ମେଷ ରାଶିର ଘାତ ଚନ୍ଦ୍ର । ବିଛା, ଧନୁ ଓ ମୀନ ରାଶି ମାନଙ୍କର ଘାତବାର । ରାତ୍ରି ଘ୫।୮ ଗତେ ମୃଗଶିରା ଆଦ୍ରା। ପୁଷ୍ୟା ମଘା ଉତ୍ତରାଫାଃ ଚିତ୍ରା ସ୍ଵାତୀ‌ ଅନୁରାଧା ମୂଳା ଉତ୍ତରାଷାଢ଼ା ଧନିଷ୍ଠା ଶତଭିଷା ଉତ୍ତରଭାଦ୍ର ଅଶ୍ବିନୀ କୃତ୍ତିକା ଏ ନକ୍ଷତ୍ର ମାନଙ୍କର ତାରଶୁଦ୍ଧି । ଦିବା ଘ୮।୫୧ ଗତେ ବୃଷ କର୍କଟ ସିଂହ କନ୍ୟା ଧନୁ ମକର ମୀନ ମେଷ ଏ ରାଶି ମାନଙ୍କର ଚନ୍ଦ୍ରଶୁଦ୍ଧି । ବିଛା ରାଶିର ଘାତ ଚନ୍ଦ୍ର । ଦିବା ଘ୮।୪୭ ଗତେ ଘ୧୧।୩୩ ମଧ୍ୟେ ବାର ଓ କାଳବେଳା । ରାତ୍ରି ଘ୮।୧ ୭ ଗତେ ଘ୧୦।୫୪ ମଧ୍ୟେ, କାଳରାତ୍ରି। ମୃତେ ରାତ୍ରି ଘ୫।୮ ମଧ୍ୟେ ପାଦ ଦୋଷ । ଫଳଂ ଗୋତ୍ରନାଷ ଓ ତିଳକାଞ୍ଚନ ଦାନ । ପ୍ରଥମ ରଜୋଦର୍ଶନେ ଘର ରାତ୍ରି ୫।୮ ମଧ୍ୟେ ସମତ୍ସର ଗଣ୍ଡଦୋଷ । ସ୍ବର୍ଣ ଓ ପୀତ ବସ୍ତ୍ର ଦାନ । ପୂର୍ଶମାର ଏକୋଦ୍ଦିଷ୍ଟ ଶ୍ରାଦ୍ଧ । ସ୍ତ୍ରୀ ତୈଳ ବର୍ଜନ ମତ୍ସ୍ୟ ମାସ ଦିବା ଘ ୨।୨୦ ଗତେ କୁଷ୍ମାଣ୍ଡ (ପାଣି କଖାରୁ) ଭକ୍ଷଣ ନିଷେଧ । ଅଦ୍ଯ କାର୍ତ୍ତିକ ପୂର୍ଣ୍ଣିମା କୃତ୍ୟ । ଚନ୍ଦ୍ରପୂଜା ଉପବାସ, ବ୍ରତ । କାର୍ତ୍ତିକ ବ୍ରତ ସମାପନ ।
🌺🌺🌺🌺🌺🌺🌺🌺🌺🌺🌺🌺
(ଅମୃତ) – ଦିବା ଘ୬।୪୯ ମଧ୍ୟେ ଘ୭।୩୭ ଗତେ ଘ୧୦।୧ ମଧ୍ୟେ ଘ୧୨।୨୫ ଗତେ ଘ୩।୩୭ ମଧ୍ୟେ ଘ୪।୨୫ ଗତେ ଘ୫।୩ ମଧ୍ୟେ ରାତ୍ରି ଘ୫।୫୧ ଗତେ ଘ୯।୩ ମଧ୍ୟେ ଘ୧୧।୨୭ ଗତେ ଘ୨।୩୯ ମଧ୍ୟେ ଘ୩।୨୭ ଗତେ ଘ୫।୩ ମଧ୍ୟେ (ମାହେନ୍ଦ୍ର) – ନାସ୍ତି ।
🌺🌺🌺🌺🌺🌺🌺🌺🌺🌺🌺🌺
🌹 ଜ୍ଯୋତିଷ ଆଚାର୍ଯ୍ୟ-ରମେଶ ଚନ୍ଦ୍ର ପଣ୍ଡା🌹
🌹 ଶ୍ରୀ ମହାବୀର ଆଷ୍ଟ୍ରୋ ରିସର୍ଚ୍ଚ🌹
🌹 ପଟ୍ଟାମୁଣ୍ଡାଇ, କେନ୍ଦ୍ରାପଡ଼ା🌹
🌹ଦୂରଭାଷା-୯୪୩୭୭୯୮୯୩୩/୯୯୩୭୦୬୭୦୫୦🌹
🌺🌺🌺🌺🌺🌺🌺🌺🌺🌺🌺🌺
🌹ମେଷ-

ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।

🌹ବୃଷ-

ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।

🌹ମିଥୁନ-

ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନ ହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନ ପ୍ରକାର ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ନି କଟସ୍ଥ ଜଣାଶୁଣା ବ୍ୟକ୍ତି ମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।

🌹କର୍କଟ-

ଆଜି ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ପରକ୍ଷଣରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ସରକାରୀ ସ୍ତରରୁ ହଠାତ୍‌ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ।

🌹ସିଂହ-

ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦାଗାନ କରିବେ। ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ। ମାଲିମକଦ୍ଦମା,ଜମିଜମା ସମସ୍ୟା, ଚୁକ୍ତିପତ୍ର ପ୍ରଭୃତିରେ ସୁଫଳ ପାଇବେ।

🌹କନ୍ୟା-

ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ ହେବ। ବହୁ ଦିନରୁ ଟଙ୍କା ବାକି ରଖିଥବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା,ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

🌹ତୁଳା-

ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ।କୌଣସି କାମ ସ୍ଥଗିତ ରହିବ ନାହିଁ କିନ୍ତୁ ହସ୍ତା ନକ୍ଷତ୍ର ସକାଶେ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

🌹ବିଛା-

ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । ଜ୍ୟେଷ୍ଠା ନକ୍ଷତ୍ର ଅଭାବ ଦୂରେଇବାର ପ୍ରୟାସକଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନକରି ଲକ୍ଷ୍ୟପୂରଣରେ ସମର୍ଥ ହୋଇପାରନ୍ତି।

🌹ଧନୁ-

ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟକାରବାର କ୍ଷେତ୍ରରେ ବେଶ୍‌ ଖୁସୀ ରହିବେ। ରାଜନୀତିରେ ଓ ସାଙ୍ଗଠନିକ କ୍ଷେତ୍ରରେ ବହୁତ ଜନକଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।

🌹ମକର-

ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି ।ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ । ବିଳାସବ୍ୟସନ ଦ୍ରବ୍ୟକ୍ରୟ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତହେବା ସହ ଏହାକୁ ସଫଳକରିବାର ମଉକା ପାଇପାରିବେ।

🌹କୁମ୍ଭ-

ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ରକରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।

🌹ମୀନ-

ଆଜିର ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମାରେ ସଫଳତା ପାଇବେ। କିନ୍ତୁ ସଙ୍ଗଠନ ଓ ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। କଳା, ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ।

Related posts

ପାନୀୟଜଳ ପାଇଁ ହନ୍ତସନ୍ତ ଝାଙ୍କରପଡା ଗ୍ରାମବାସୀ, ସମାଧାନ ନହେଲେ ଜାତୀୟ ରାଜପଥ ଅବରୋଧ ଧମକ

Aren News

ଆଜିର ରାଶିଫଳ ଓ ମହାବୀର ପଞ୍ଚାଙ୍ଗ – ୨୪-୭-୨୦୨୧((ଶନିବାର))

Aren News

ବୌଦ୍ଧରେ ୫ ଜଣ ଓ ରାଜ୍ୟରେ ୩୩୮୪ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ , ଆକ୍ରାନ୍ତଙ୍କ ସଂଖ୍ୟା ୯୦୯୮୬ କୁ ବୃଦ୍ଧି

Aren News

ଏକ ମନ୍ତବ୍ୟ ଛାଡନ୍ତୁ |