• Home
  • ରାଜ୍ୟ
  • ଆଜିର ରାଶିଫଳ ଓ ମହାବୀର ପଞ୍ଚାଙ୍ଗ – ୨୯-୧୧-୨୦୨୧((ସୋମବାର))
ଅନ୍ୟାନ୍ୟ ତାଜା ଖବର ରାଜ୍ୟ

ଆଜିର ରାଶିଫଳ ଓ ମହାବୀର ପଞ୍ଚାଙ୍ଗ – ୨୯-୧୧-୨୦୨୧((ସୋମବାର))

🌹 ମହାବୀର ପଞ୍ଚାଙ୍ଗ🌹
🌹୨୯-୧୧-୨୦୨୧((ସୋମବାର))🌹
🌺🌺🌺🌺🌺🌺🌺🌺🌺🌺🌺🌺
ଅଦ୍ଯ ଦି୧୪ନ,ଦଶମୀ ଦ୫୫।୫୨ ରାଘ୪।୨୮,ଉତ୍ତରାଫାଃ ଦ୪୦।୫୬ ରାଘ ୧୦।୨୯,କନ୍ୟା ଚନ୍ଦ୍ର ଦ୬୦ ନିଶାନ୍ତ।
🌺🌺🌺🌺🌺🌺🌺🌺🌺🌺🌺🌺
ଭାରତୀୟ ସାଧାରଣ ସମୟ ଅନୁସାରେ (I.S,T.)
ବିଛା ଦ୨/୧୯/୨୦ ଇଂଘ୬/୦୬/୪୫ ଗତେ ଉଦୟ
ବୃଷ ଦ୨/୧୬/୪୦ ଇଂଘ ୫/୦୧/୫୪ ଗତେ ଅସ୍ତ ।
🌺🌺🌺🌺🌺🌺🌺🌺🌺🌺🌺🌺
ଯୋଗିନୀ ଉତ୍ତରେ ରାତ୍ରି ଘ୪।୨୮ ଗତେ ଅଗ୍ନିକୋଣେ ।ଯାତ୍ରା ଶୁଭ । ଉତ୍ତରେ, ବାୟବ୍ୟେ, ପଶ୍ଚିମେ ଯାତ୍ରା ନାସ୍ତି ।ଅଦ୍ୟ ସନ୍ଧ୍ୟା ଘ୫।୬ ମଧ୍ୟେ ଉତ୍ତରାଫାଃ ନକ୍ଷତ୍ର ବିବାହ ଓ ପାଣିଗ୍ରହଣ । ଦେବତାଗଠନ, ନୌକାଗଠନ ଓ ଚାଳନ, ଔଷଧକରଣ ଓ ଭକ୍ଷଣ,ତୈଳରନ୍ଧନ,ହଳପ୍ରାବହ ଓ ବୀଜବପନ, ଧାନ୍ୟଚ୍ଛେଦନ ଓ ସ୍ଥାପନ,ନାମକରଣ ଓ ଦୀକ୍ଷାଗ୍ରହଣ । ଗତ ଦିବସ ନକ୍ଷତ୍ର ଓ ରାଶିମାନଙ୍କର ତାରାଚନ୍ଦ୍ର ଶୁଦ୍ଧି । ବୃଷ ରାଶିର ଘାତଚନ୍ଦ୍ର ମିଥୁନ ରାଶିର ଘାତବାର । ରାତ୍ରି ଘ୧୦।୨୯ ଗତେ ଚିତ୍ରା ସ୍ବାତୀ ଅନୁରାଧା ମୂଳା ଉତ୍ତରାଷାଢ଼ା ।ଧନିଷ୍ଠା ଶତଭିଷା ଉତ୍ତରଭାଦ୍ର ଅଶ୍ବିନୀ କୃତ୍ତିକା ମୃଗଶିରା ଆଦ୍ରା ପୁଷ୍ୟା ମଘା ଉତ୍ତରାଫାଃ ଏ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି । ଦିବା ଘ୭।୨୮ ଗତେ ଘ୮।୫୦ ମଧ୍ୟେ କାଳବେଳା ।ଘ୨।୧୮ ଗତେ ଘ୩।୪୦ ମଧ୍ୟେ ବାରବେଳା । ରାତ୍ରି ଘ୯।୫୬ ଗତେ ଘ୧୧।୩୪ ମଧ୍ୟେ କାଳରାତ୍ରି । ମୃତେ ରାତ୍ରି ଘ୧୦।୨୯ ମଧ୍ୟେ ପାଦଦୋଷ । ଫଳଂ ଗୋତ୍ରନାଶ ଓ ତିଳକାଞ୍ଚନ ଦାନ । ଦଶମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । କଳମ୍ବୀ (କଳମ ଶାଗ) ରାତ୍ରି ଘ୪।୨୮ ଗତେ ଶିମ୍ବିକା ( ଶିମ୍ବ ) ଭିକ୍ଷଣ ନିଷେଧ ।
🌺🌺🌺🌺🌺🌺🌺🌺🌺🌺🌺🌺
(ଅମୃତ) – ଦିବା ଘ୭।୪୩ ମଧ୍ୟେ ଘ୯।୧ ଗତେ ଘ୧୧।୪୩ ମଧ୍ୟେ ରାତ୍ରି ଘ୭।୨୬ ଗତେ ଘ୧୦।୩୮ ମଧ୍ୟେ ଘ୧।୫୦ ଗତେ ଘ୨।୩୮ ମଧ୍ୟେ । (ମାହେନ୍ଦ୍ର) – ନାସ୍ତି ।
🌺🌺🌺🌺🌺🌺🌺🌺🌺🌺🌺🌺
🌹 ଜ୍ଯୋତିଷ ଆଚାର୍ଯ୍ୟ-ରମେଶ ଚନ୍ଦ୍ର ପଣ୍ଡା🌹
🌹 ଶ୍ରୀ ମହାବୀର ଆଷ୍ଟ୍ରୋ ରିସର୍ଚ୍ଚ🌹
🌹 ପଟ୍ଟାମୁଣ୍ଡାଇ, କେନ୍ଦ୍ରାପଡ଼ା🌹
🌹ଦୂରଭାଷା-୯୪୩୭୭୯୮୯୩୩/୯୯୩୭୦୬୭୦୫୦🌹
🌺🌺🌺🌺🌺🌺🌺🌺🌺🌺🌺🌺

🌹ମେଷ:ଆଜି ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ । କଳା, ସାହିତ୍ୟ, କ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ଉନ୍ନତି ହେବ ।ପୂରାତନ ସମସ୍ୟାର ଅନ୍ତ ଘଟିବ। ନିଜଋଣ ପରିଶୋଧକରି ଆମତ୍ତୃପ୍ତି ଲାଭ କରିପାରନ୍ତି।

🌹ବୃଷ:ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ସମ୍ପତ୍ତିକୁ କେନ୍ଦ୍ରକରି ବିବାଦ ଦେଖାଦେଇ ପାରେ ପ୍ରତିଯୋଗିତାରେ ସଫଳତା ପାଇବେ । କୌଣସି ଜିନିଷ କିମ୍ବା ଜମିଜମା କିଣିବା ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ।

🌹ମିଥୁନ:ଆଜି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଏବଂ ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ବିଳମ୍ବଜନିତ କାରଣରୁ ମନସ୍ତାପ କରିବେ । ଅବଶ୍ୟ ଆର୍ଥିକ ଦିଗରୁ ଉପକୃତ ମଧ୍ୟ ହେବେ ,ଏପରିକି ବକେୟା ମଧ୍ୟ ପାଇପାରନ୍ତି।

🌹କର୍କଟ:ଆଜି ହଠାତ୍ କାୈଣସି ଶୁଭଖବର ପାଇ ବିସ୍ମୟ ପ୍ରକାଶ କରିବେ । ବିଶେଷ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ।ବନ୍ଧୁମାନଙ୍କ ଆଦର କାର୍ଯ୍ୟରେ ସଫଳତା ପୃଷ୍ଠଭୂମି ହୋଇପାରେ। ସ୍ବାସ୍ଥ୍ୟ ପ୍ରାୟତଃ ଭଲ ରହିବା ସାଙ୍ଗକୁ କଳ୍ପନା ବିଳାସୀ ହୋଇପାରନ୍ତି।

🌹ସିଂହ:ଆଜି ଆପଣ କର୍ମକ୍ଷେତ୍ରରେ ଧୀରପାଣି ପଥର କାଟେ ନୀତିରେ କାମକରି ଅଭିଳଷିତ ଜିନିଷ ହାସଲ କରିବେ। ସାମାଜିକ ସ୍ତରରେ ମଧ୍ୟ ସମ୍ମାନ ଲାଭ ହେବ। ମନ ଭୁଲାଣିଆ ପଦେ ମଧୁର କଥାରେ ବିମୋହିତ ହୋଇ ଅନ୍ୟମାନଙ୍କ ଦ୍ୱାରା ସହଜରେ ପ୍ରଭାବିତ ହୋଇପାରନ୍ତି।

🌹କନ୍ୟା:ଆଜି ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟ ମାନଙ୍କ ମତକୁ ଅଗ୍ରାଧିକାର ଦେଇ କାମ କଲେ ଅପେକ୍ଷାକୃତ ସଫଳତା ପାଇବେ। ଆର୍ଥିକ ସମସ୍ୟା ଯୋଗୁ ବ୍ୟସ୍ତ ରହିବାକୁ ପଡ଼ିପାରେ।ଦୁଃଖକୁ ମନରେ ରଖି ମୁହଁରେ ହସ ଫୁଟାଇ କର୍ମକ୍ଷେତ୍ରରେ ଅବତୀର୍ଣ୍ଣ ହେବେ।

🌹ତୁଳା:ଆଜି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ମାର୍ଗର ଅନୁସରଣ କଲେ ଅସୁବିଧାର ସମ୍ମୁଖୀନ ହେବାର ସମ୍ଭାବନା ରହିଛି । କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।ବିବାଦୀୟ ଘଟଣାର ସମାଧାନରୁ ଆଶ୍ୱସ୍ତି ଲାଭ କରିବେ।

🌹ବିଛା:ଆଜି ଯାତ୍ରା ସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ଜମିଜମା ସମ୍ବନ୍ଧୀୟ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ନୈରାଶ୍ୟ ଜନକ ସ୍ଥିତିରୁ ମାନସିକ କଷ୍ଟ ଅନୁଭବ କରିବେ। ବନ୍ଧୁ ମାନଙ୍କ ଅସଂଯତ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସମସ୍ୟାକୁ ବଢ଼ାଇଦେବ।

🌹ଧନୁ:ଆଜି ଅତୀତ ସ୍ମୃ ତି ରୋମନ୍ଥନ କରି ମାନସିକ ଅବସାଦ ବୃଦ୍ଧି ପାଇବା ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ମଧ୍ୟ ମାନସିକ ଅସୁସ୍ଥତାର ଅନ୍ୟ ଏକ କାରଣ ହୋଇପାରେ। ଆପଣଙ୍କ କାର୍ଯ୍ୟ ଓ ଚିନ୍ତାଧାରା ନିଜ ଲୋକମାନଙ୍କ ମନରେ ଭିନ୍ନ ଭାବ ପୋଷଣ କରିପାରେ।

🌹ମକର:ଆଜି ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବା ଆଶଙ୍କା ରହିଛି । ଭ୍ରମଣ ସୁଯୋଗ ଲାଭ ହେବ। ଇଚ୍ଛାବିରୋଧୀ ପରିସ୍ଥିତିର ସମ୍ମୁଖୀନ ହୋଇ ଆପଣଙ୍କ କଠୋର ବାକ୍ୟ ନିଜ ଲୋକମାନଙ୍କୁ ଆଘାତ ଦେଇପାରେ ।ଯାତ୍ରା ସମୟରେ ସତର୍କତା ଅବଲମ୍ବନ କରନ୍ତୁ।

🌹କୁମ୍ଭ:ଆଜି ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି।ନିକଟସମ୍ପର୍କୀୟ ମାନଙ୍କ ଦ୍ୱାରା ସାହାଯ୍ୟ ଲାଭକରି ପ୍ରତ୍ୟେକ କାମକୁ ନିର୍ବିଘ୍ନରେ ସମାପନ କରିପାରିବେ । ପରିବାରର ଆବଶ୍ୟକତା ପୂରଣ କରିବା ସକାଶେ ଧାର ଉଧାର କରିବାକୁ ପଡ଼ିପାରେ।

🌹ମୀନ:ଆଜି ଭଲ ସମ୍ପର୍କ ନ ଥିବା ସମ୍ପର୍କୀୟମାନେ ଈର୍ଷାପରାୟଣ ହୋଇ ପ୍ରତିକୂଳ ମନ୍ତବ୍ୟ ପ୍ରଦାନ କରିବେ।ସ୍ବାସ୍ଥ୍ୟର କ୍ରମୋନ୍ନତି ସାଙ୍ଗକୁ ଇଚ୍ଛା ମୁତାବକ ମୂଲ୍ୟବାନ ଜିନିଷ ପ୍ରାପ୍ତ ହୋଇ ସାମୟିକ ଆନନ୍ଦ ଅନୁଭବ କରିପାରନ୍ତି। ଆପଣ ଭୋଗବିଳାସ ପ୍ରତି ଆକୃଷ୍ଟ ହେବେ

Related posts

ନାକଟିଦେଉଳ : ହାତୀ ଆକ୍ରମଣରେ କେନ୍ଦୁପତ୍ର ତୋଳାଳୀଙ୍କ ମୃତ୍ୟୁ

Aren News

କରୋନା ଗ୍ରାଫ – ବୌଦ୍ଧ ଜିଲ୍ଲାରେ ୩ ଜଣ ଓ ରାଜ୍ୟରେ ୪୩୪ ନୂଆ କରୋନା ପଜିଟିଭ ଚିହ୍ନଟ

Aren News

ଅତିରିକ୍ତ ତହସିଲଦାରଙ୍କୁ ଦୁର୍ବ୍ୟବହାର, ଥାନା ରେ ମାମଲା, ନିନ୍ଦା କଲା ହରଭଙ୍ଗା ଓକିଲ ସଂଘ

Aren News

ଏକ ମନ୍ତବ୍ୟ ଛାଡନ୍ତୁ |