ଅନ୍ୟାନ୍ୟ ତାଜା ଖବର ରାଜ୍ୟଆଜିର ରାଶିଫଳ ଓ ମହାବୀର ପଞ୍ଚାଙ୍ଗ – ୧୧-୧-୨୦୨୨((ମଙ୍ଗଳବାର)) by Aren NewsJanuary 10, 20220 Share0 🌹 ମହାବୀର ପଞ୍ଚାଙ୍ଗ🌹 🌹୧୧-୧-୨୦୨୨((ମଙ୍ଗଳବାର))🌹 🌺🌺🌺🌺🌺🌺🌺🌺🌺🌺🌺🌺 ଅଦ୍ଯ ଧନୁ ଦି୨୭ନ,ନବମୀ ଦ୧୯।୫୩ ଦିଘ ୨।୨୪,ଅଶ୍ବିନୀ ଦ ୧୩।୩୧ ଘ୧୧।୫୧ ମେଷ ଚନ୍ଦ୍ର ଦ୬୦ ନିଶାନ୍ତ 🌺🌺🌺🌺🌺🌺🌺🌺🌺🌺🌺🌺 ଭାରତୀୟ ସାଧାରଣ ସମୟ ଅନୁସାରେ (IST.) ଧନୁ ଦ୪/୩୭/୨୬ ଇଂଘ୬/୨୭/୧୭ ଗତେ ଉଦୟ ମିଥୁନ ଦ୪/୪୮/୪୮ ଇଂଘ ୫/୨୦/୪୨ ଗତେ ଅସ୍ତ । 🌺🌺🌺🌺🌺🌺🌺🌺🌺🌺🌺🌺 ଯୋଗିନୀ ପୂର୍ବେ ଦିବା ଘ୨।୨୪ ଗତେ ଉତ୍ତରେ ।ଯାତ୍ରାଦି ଶୁଭ କର୍ମ ନାସ୍ତି । ଗତ ଦିବସ ନକ୍ଷତ୍ର ଓ ରାଶି ମାନଙ୍କର ତାରାଚନ୍ଦ୍ର ଶୁଦ୍ଧି । ମେଷ ରାଶିର ଘାତଚନ୍ଦ୍ର । ମକର ରାଶିର ଘାତ ବାର । ଦିବା ଘ୧୧।୫୧ ଗତେ କୃତ୍ତିକା ରୋହିଣୀ ଆଦ୍ରା ପୁଷ୍ୟା ମଘା ଉତ୍ତରାଫାଃ ହସ୍ତା ସ୍ଵାତୀ ଅନୁରାଧା ମୂଳା ଉତ୍ତରାଷାଢ଼ା ଶ୍ରବଣା ଶତଭିଷା ଉତ୍ତରଭାଦ୍ର ଅଶ୍ବିନୀ ଏ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି । ଦିବା ଘ୭।୪୮ ଗତେ ଘ୯।୯ ମଧ୍ୟେ ବାରବେଳା । ଘ୧।୧୮ ଗତେ ଘ୨।୩୯ ମଧ୍ୟେ ବାରବେଳା । ରାତ୍ରି ଘ୭।୦ ଗତେ ଘ୮।୩୯ ମଧ୍ୟେ କାଳରାତ୍ରି । ମୃତେ ପାଦ ଦୋଷ । ଫଳଂ କୃଷି ହାନି ଓ ଭୂମି ଦାନ । ପ୍ରଥମ ରଜୋଦର୍ଶନେ ଦିବା ଘ୧୧।୫୧ ଗତେ ଦଶମାସ ଗଣ୍ଡଦୋଷ । ଫଳଂ ସ୍ତ୍ରୀ କୁଳଟା ଗୋକାଞ୍ଚନ ପ୍ରବାଳ ରକ୍ତ ବସ୍ତ୍ର ଦାନ । ନବମୀର ଏକୋଦ୍ଦିଷ୍ଟ ଶ୍ରାଦ୍ଧ । ଅଲାବୁ (ଲାଉ) ଦିବା ଘ୨।୨୪ ଗତେ କଳମ୍ବୀ (କଳମ ଶାଗ) ଭକ୍ଷଣ ନିଷେଧ । 🌺🌺🌺🌺🌺🌺🌺🌺🌺🌺🌺🌺 (ଅମୃତ) – ଦିବା ଘ୭।୧୫ ମଧ୍ୟେ ଘ୮।୩ ଗତେ ଘ୧୨।୩ ମଧ୍ୟେ ରାତ୍ରି ଘ୭।୪୫ ଗତେ ଘ୮।୩୩ ମଧ୍ୟେ ଘ୯।୨୧ ଗତେ ଘ୧୧।୪୫ ମଧ୍ୟେ ଘ୧।୨୧ ଗତେ ଘ୨।୫୭ ମଧ୍ୟେ ଘ୪।୩୩ ଗତେ ଘ୫।୨୧ ମଧ୍ୟେ । (ମାହେନ୍ଦ୍ର) – ରାତ୍ରି ଘ୭।୪୫ ମଧ୍ୟେ । 🌺🌺🌺🌺🌺🌺🌺🌺🌺🌺🌺🌺 🌹 ଜ୍ଯୋତିଷ ଆଚାର୍ଯ୍ୟ-ରମେଶ ଚନ୍ଦ୍ର ପଣ୍ଡା🌹 🌹 ଶ୍ରୀ ମହାବୀର ଆଷ୍ଟ୍ରୋ ରିସର୍ଚ୍ଚ🌹 🌹 ପଟ୍ଟାମୁଣ୍ଡାଇ, କେନ୍ଦ୍ରାପଡ଼ା🌹 🌹ଦୂରଭାଷା-୯୪୩୭୭୯୮୯୩୩/୯୯୩୭୦୬୭୦୫୦🌹 🌺🌺🌺🌺🌺🌺🌺🌺🌺🌺🌺🌺 🌹ମେଷ : ଆଜି ମଧ୍ୟାହ୍ନ ପରେ ଆପଣ ଭଲ ଅନୁଭବ କରିବେ। ପରିବାରରେ ସୁଖ-ଶାନ୍ତି ରହିବ।କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରି ପାରିବେ। 🌹ବୃଷ : ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ନୂଆ ମିତ୍ର ମଧ୍ୟ ବନିବାର ସମ୍ଭାବନା ଅଛି। ବ୍ୟବସାୟ ଏବଂ ଆର୍ଥିକ ରୂପରେ ଲାଭ ହେବ। ମଧ୍ୟାହ୍ନ ପରେ ଭାବିଚିନ୍ତି କାର୍ଯ୍ୟକଲେ ସୁଫଳପାଇବେ । 🌹ମିଥୁନ : ବ୍ୟବସାୟ କ୍ଷେତ୍ରରେ ଅଧିକାରୀଗଣଙ୍କର କୃପାଦୃଷ୍ଟି ଆପଣଙ୍କ ପ୍ରଗତିର ମାର୍ଗ ଖୋଲିବ। ବ୍ୟାପାରରେ ଆୟ ବଢ଼ିବାର ସମ୍ଭାବନା ଅଛି। ପିତା ଏବଂ ବଡ଼ଙ୍କର ଆଶୀର୍ବାଦରେ ଲାଭ ହେବ। ମଧ୍ୟାହ୍ନ ପରେ ମିତ୍ରମାନଙ୍କଠାରୁ ହେବ। କୌଣସି ସାମାଜିକ କାର୍ଯ୍ୟରେ ଯୋଗବାକୁ ପଡ଼ିପାରେ। 🌹କର୍କଟ : କାର୍ଯ୍ୟରେ ସନ୍ତୋଷ ଅନୁଭବ କରିବେ। ଆର୍ଥିକ ଦୃଷ୍ଟିରୁ ଲାଭ ହେବ। ବାଣୀ ଏବଂ ବ୍ୟବହାରରେ ନିୟନ୍ତ୍ରଣ ରଖିବା ଉଚିତ। ବ୍ୟାପାରରେ ବିଘ୍ନ ଆସିବାର ଆଶଙ୍କା ଅଛି। ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କ ପାଇଁ ପରିସ୍ଥିତି ଅନୁକୂଳ ରହିବ। 🌹ସିଂହ : ସରକାର ବିରୋଧୀ ପ୍ରବୃତ୍ତିଗୁଡ଼ିକରୁ ଦୂରରେ ରୁହନ୍ତୁ। ପରିଜନମାନଙ୍କ ସହିତ କଳହର ପ୍ରସଂଗ ବନିପାରେ। ଈଷ୍ଟ ଦେବତାଙ୍କର ଧ୍ୟାନରେ ସମସ୍ୟାଗୁଡ଼ିକର ନିବାରଣ ହେବ। ଉଚ୍ଚ ଅଧିକାରୀମାନଙ୍କ ସହିତ ବାଦ-ବିବାଦରେ ପଡ଼ନ୍ତୁ ନାହିଁ। 🌹କନ୍ୟା : ଆଜି ଆକସ୍ମିକ ଆର୍ଥଖର୍ଚ୍ଚ ହୋଇପାରେ। ଭାଗିଦାରୀ ସହିତ ସମ୍ବନ୍ଧ ଭଲ ରହିବ ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କୁ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। 🌹ତୁଳା : ଆଜି ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ। ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ସ୍ଵଭାବରେ ଉଗ୍ରତା ରହିବ ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖିବେ। ମିତ୍ର ଏବଂ ସ୍ନେହୀଜନମାନଙ୍କ ସହିତ ଯାତ୍ରା କିମ୍ବା ପର୍ଯ୍ୟଟନର ଯୋଗ ଅଛି। 🌹ବିଚ୍ଛା : ମାନସିକ ରୂପରେ ଆପଣଙ୍କର ଭାବୁକତାର ମାତ୍ରା ଅଧିକ ରହିବ। ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ। ଘରର ବାତାବରଣରେ ସୁଖ-ଶାନ୍ତି ରହିବ। ବ୍ୟବସାୟରେ ସଫଳତା ପ୍ରାପ୍ତ ହେବ। 🌹ଧନୁ : ଆଜି ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ନ ହେଉ, ଏହାର ଧ୍ୟାନ ରଖିବେ। ମଧ୍ୟାହ୍ନ ପରେ ଆପଣଙ୍କ ସ୍ଵଭାବରେ ଭାବୁକତା ବଢ଼ିପାରେ। ଆପଣଙ୍କ ରଚନାତ୍ମକ କ୍ଷମତାରେ ବୃଦ୍ଧି ହେବ। 🌹ମକର : ମିତ୍ରମାନଙ୍କ ସହିତ ସାକ୍ଷାତକରିବେ ଏବଂ ଏହି ସାକ୍ଷାତ ଆନନ୍ଦଦାୟୀ ରହିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ଭାଇମାନଙ୍କ ସହିତ ସମ୍ବନ୍ଧରେ ନିକଟତା ଆସିବ। 🌹କୁମ୍ଭ : ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ। ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖିବେ। ନିଜ ହାତକୁ ଆସିଥିବା କାର୍ଯ୍ୟଗୁଡ଼ିକୁ ସମ୍ପୂର୍ଣ୍ଣ କରି ପାରିବେ। ରଚନାତ୍ମକ କ୍ଷେତ୍ରରେ ମାନ-ସମ୍ମାନ ପ୍ରାପ୍ତ ହେବ। 🌹ମୀନ : ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ।