ଅନ୍ୟାନ୍ୟ ତାଜା ଖବର ରାଜ୍ୟଆଜିର ରାଶିଫଳ ଓ ମହାବୀର ପଞ୍ଚାଙ୍ଗ – ୨୦-୧-୨୦୨୨((ଗୁରୁବାର)) by Aren NewsJanuary 19, 20220 Share0 🌹 ମହାବୀର ପଞ୍ଚାଙ୍ଗ🌹 🌹୨୦-୧-୨୦୨୨((ଗୁରୁବାର))🌹 🌺🌺🌺🌺🌺🌺🌺🌺🌺🌺🌺🌺 ଅଦ୍ଯ ମକର ଦି୭ନ,ଦ୍ବିତୀୟା ଦ୪।୧୨,ଘ ୮।୯ ,ଅଶ୍ଳେଷା ଦ୬।୩୨ ଘ ୯।୫,କର୍କଟ ଚନ୍ଦ୍ର ଦ୬।୩୨ ଘ୯।୫ 🌺🌺🌺🌺🌺🌺🌺🌺🌺🌺🌺🌺 ଭାରତୀୟ ସାଧାରଣ ସମୟ ଅନୁସାରେ (IST) ମକର ଦ ୦/୪୮/୨୨ ଇଂଘ ୬/୨୭/୫୭ ଗତେ ଉଦୟ କର୍କଟ ଦ ୧/୦୨/୨୦ ଇଂଘ ୫/୨୭/୦୭ ଗତେ ଅସ୍ତ 🌺🌺🌺🌺🌺🌺🌺🌺🌺🌺🌺🌺 ଯୋଗିନୀ ଭତ୍ତରେ ଦିବା ଘ୮।୯ ଗତେ ଅଗ୍ନିକୋଣେ । ଯାତ୍ରା ଶୁଭ । ଭତ୍ତରେ,ବାୟବ୍ୟେ,ପଶ୍ଚିମେ ଦିବା ଘ୮।୯ ଗତେ ଅଗ୍ନିକୋଣେ ପୂର୍ବେ,ଐଶାନ୍ୟେ ଯାତ୍ରା ନାସ୍ତି । ଅଦ୍ୟ ଦିବା ଘ୯।୫ ଗତେ ରାତ୍ରି ଘ୮।୩୩ ମଧ୍ୟେ ମଘା ନକ୍ଷତ୍ରେ ବିବାହ ଓ ପାଣିଗ୍ରହଣ ।ଗତ ଦିବସ ନକ୍ଷତ୍ର ଓ ରାଶିମାନଙ୍କର ତାରା ଚନ୍ଦ୍ର ଶୁଦ୍ଧି ।ତୁଳା ଓ କୁମ୍ଭ ରାଶିମାନଙ୍କର ଘାତବାର । ଦିବା ଘ୯।୫ ଗତେ ପୂର୍ବାଫାଃ ଭତ୍ତରାଫାଃ ଚିତ୍ରା ବିଶାଖା ଜ୍ୟେଷ୍ଠା ପୂର୍ବାଷାଢ଼ା ଭତ୍ତରାଷାଢ଼ା ଧନିଷ୍ଠା ପୂର୍ବଭାଦ୍ର ରେବତୀ ଦ୍ବିଜା କୃତ୍ତିକା ମୃଗଶିରା ପୁନର୍ବସୁ ଅଶ୍ଳେଷା ଏ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି । ସିଂହ କନ୍ୟା ତୁଳା ବିଛା କୁମ୍ଭ ମୀନ ବୃଷ ମିଥୁନ ଏ ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି । କର୍କଟ ଓ ମକର ରାଶିମାନଙ୍କର ଘାତଚନ୍ଦ୍ର । ଦିବା ଘ୨।୪୩ ଗତେ ଘ୫।୨୭ ମଧ୍ୟେ କାଳ ଓ ବାରବେଳା । ରାତ୍ରି ଘ୧୧।୫୯ ଗତେ ଘ୧।୩୭ ମଧ୍ୟେ କାଳରାତ୍ରି । ମୃତେ ଦିବା ଘ୮।୯ ମଧ୍ୟେ ପାଦ ଦୋଷ । ଫଳଂ ପଶୁ ହାନି ଓ ଅନ୍ନ ଦାନ । ପ୍ରଥମ ରଜୋଦର୍ଶନେ ଦିବା ଘ୯।୫ ମଧ୍ୟେ ସମ୍ବତ୍ସର ଗଣ୍ଡଦୋଷ । ସ୍ବର୍ଣ୍ଣ ଓ ପୀତ ବସ୍ତ୍ର ଦାନ । ତୃତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ବୃହତୀ (ବୋଇତି କଖାରୁ) ଦିବା ଘ୮।୯ ଗତେ ପଟୋଳ ଭକ୍ଷଣ ନିଷେଧ । 🌺🌺🌺🌺🌺🌺🌺🌺🌺🌺🌺🌺 (ଅମୃତ) – ରାତ୍ରି ଘ୧୨।୩୯ ଗତେ ଘ୩।୩ ମଧ୍ୟେ । (ମାହେନ୍ଦ୍ର)- ଦିବା ଘ୮।୪ ମ ଘ୧୧।୧୬ ଗତେ ଘ୧।୪୦ ମଧ୍ୟେ । 🌺🌺🌺🌺🌺🌺🌺🌺🌺🌺🌺🌺 🌹 ଜ୍ଯୋତିଷ ଆଚାର୍ଯ୍ୟ-ରମେଶ ଚନ୍ଦ୍ର ପଣ୍ଡା🌹 🌹 ଶ୍ରୀ ମହାବୀର ଆଷ୍ଟ୍ରୋ ରିସର୍ଚ୍ଚ🌹 🌹 ପଟ୍ଟାମୁଣ୍ଡାଇ, କେନ୍ଦ୍ରାପଡ଼ା🌹 🌹ଦୂରଭାଷା-୯୪୩୭୭୯୮୯୩୩/୯୯୩୭୦୬୭୦୫୦🌹 🌺🌺🌺🌺🌺🌺🌺🌺🌺🌺🌺🌺 🌹ମେଷ: ଆଜିର ପାରିବାରିକ ଜୀବନରେ ଉତ୍ଥାନ ପତନ ଲାଗିରହିବ। ଅଟକି ରହିଥିବା କାମଗୁଡିକ ସମ୍ପନ୍ନ ହେବା କଷ୍ଟକର । ନିଜ ବାକିଆ କାମରେ ପ୍ରତିବନ୍ଧକଜନିତ ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି। ଆଜିର ଦୂରଯାତ୍ରା ପ୍ରୀତିପ୍ରଦ ରହିବ। 🌹ବୃଷ: ଆଜି ଆକସ୍ମିକ ଭାବରେ ମୋଟାଅଙ୍କ ର ଅର୍ଥ ଆବଶ୍ୟକ ହୋଇପାରେ। ପରିବାରରେ ସନ୍ତାନଙ୍କ ସ୍ବାସ୍ଥ୍ୟ ଯୋଗୁ ବିଚଳିତ ହେବେ।ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ।ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ପାଇ ପାରିବେ। 🌹ମିଥୁନ: ଆଜି ଶିଳ୍ପ, ବାଣିଜ୍ୟ ପ୍ରଭୃତିରେ ପ୍ରତିଦ୍ୱନ୍ଦ୍ୱିତା ଓ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।କୌଣସି କାମ ସୁବିଧାରେ ହେବ ନାହିଁ । ପୂର୍ବରୁ ସାହାଯ୍ୟ କରିବାକୁ ପ୍ରତଶ୍ରୁତି ଦେଇଥିବା ମିତ୍ରମାନେ ମଧ୍ୟ ନିଜର ମତ ହଠାତ୍ ବଦଳାଇ ଅସହଯୋଗ କରିପାରନ୍ତି। 🌹କର୍କଟ: ଆଜି ଆପଣପାରିବାରିକ କ୍ଷେତ୍ରରେ ପ୍ରତିକ୍ରିୟା ପ୍ରକାଶ କରି ବିବାଦୀୟ ହୋଇପାରନ୍ତି।ଆଶା ଓ ଅଭିଳାଷ ନିଶ୍ଚିତ ପୂରଣ ହୋଇପାରିବ । ଦୀର୍ଘଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ପାଇ ସାମୟିକ ଖୁସି ହେବେ। ଶିଳ୍ପ, ପରିବହନ, ବ୍ୟବସାୟରେ ଲାଭ ଆଶାନୁରୂପ ପାଇପାରିବେ। 🌹ସିଂହ: ଆଜି ଦିନଟି ଭୋଗ,ବିଳାସ ଦିଗକୁ ସ୍ବତଃ ମନ ଟାଣିହୋଇଯିବ। ଆଜି ବିଭିନ୍ନ ସୂତ୍ରରୁ ଗୁଡାଏ ଅର୍ଥଲାଭର ଯୋଗ ରହିଛି। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ। ବନ୍ଧୁମାନଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ କଟାଇବେ। 🌹କନ୍ୟା: ଆଜି କାର୍ଯ୍ୟସିଦ୍ଧି ହେତୁ ଉତ୍ଫୁଲ୍ଲିତ ରହିବେ। କିନ୍ତୁ ପାରିବାରିକ ଅଶାନ୍ତି କ୍ଷେତ୍ରରେ ଭୁଲ୍ ବୁଝାମଣା ହିଁ ପ୍ରଧାନ କାରଣ ହେବ । ବନ୍ଧୁଙ୍କ ସହ ବହୁତ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ଅବଶ୍ୟ ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ, ତଥାପି କାମ ଅଟକିବ ନାହିଁ । । 🌹ତୁଳା: ଆଜି ସୁସ୍ଥତା ଅକ୍ଷୁଣ୍ଣ ରଖିବା ସହ ହସଖୁସିରେ ରଖିବାର ସୁସ୍ଥ ପରିବେଶ ସୃଷ୍ଟି କରିବ। ଖଳ ଲୋକମାନଙ୍କ ପ୍ରାୟୋଜିତ କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ। ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ। ହଠାତ୍ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇବେ। 🌹ବିଛା: ଆଜି ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିଲେ ମଧ୍ୟ ନୂତନ ସମସ୍ୟା ସୃଷ୍ଟି କରିବ। ଗତକାଲି ଠାରୁ ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ । ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ । 🌹ଧନୁ: ଆଜି ସ୍ବାସ୍ଥ୍ୟ ଓ କର୍ମହାନି ସାଙ୍ଗକୁ ବିବାଦୀୟ ସ୍ଥିତି ମଧ୍ୟରେ ଅଣ ନିଃଶ୍ୱାସୀ ହୋଇପାରନ୍ତି। ବନ୍ଧୁଙ୍କ ପ୍ରେରଣାରେ କେତେକ ନୂତନ କାମର ପରିକଳ୍ପନା କରିବେ। ଶିଳ୍ପ ଓ ପରିବହନରେ ସମସ୍ୟା ଲାଗିରହିବ। ମୂଳା ନକ୍ଷତ୍ର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଚିନ୍ତା କରିବେ। 🌹ମକର: ଆଜି ପାରିବାରିକ ସ୍ଥିତି ଭଲ ରହି ନ ପାରେ। ଏଣେ ଯାହା ପାଇବା କଥା ତାହା ଠିକ୍ ସମୟରେ ପାଇବା ମଧ୍ୟ କଷ୍ଟକର ହେବାର ଆଶଙ୍କା ରହିଛି। କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦୌରାତ୍ମ୍ୟ ଅସହ୍ୟ ହୋଇପାରେ। ମିତ୍ର,ବନ୍ଧୁରେ ଭାଙ୍ଗିପଡିଥିବା ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବ । 🌹କୁମ୍ଭ: ଆଜି ଦିନଟି ଭଲରେ ଅତିବାହିତ ହେବ। ପିଲାମାନଙ୍କର କିଛି ସମସ୍ୟା ଓ ପରିବାରରେ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ, ଯାହାଦ୍ୱାରା ଲାଭ ବଦଳରେ କ୍ଷତି ହିଁ ହେବ। ଜମିଜମା, ପରିବହନରେ ସମସ୍ୟା କ୍ରମଶଃ ଜଟିଳ ହେବ। 🌹ମୀନ: ଆଜି ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ। ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ। ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ। ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ। ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି ।